ସଡ଼କ ସୁରକ୍ଷା ସପ୍ତାହ ଉଦଯାପିତ

ଦେବଗଡ଼,ଏନ୍ଏନ୍ଏସ୍: ଜିଲ୍ଲା ଆଞ୍ଚଳିକ ପରିବହନ ବିଭାଗ ଓ ଜିଲ୍ଲା ସଡ଼କ ସୁରକ୍ଷା ସମିତିଙ୍କ ଆନୁକୂଲ୍ୟରେ ୧୮ ତାରିଖଠାରୁ ୨୪ ତାରିଖ ପର୍ଯ୍ୟନ୍ତ ପାଳନ କରାଯାଉଥିବା ଜିଲ୍ଲାସ୍ତରୀୟ ସଡ଼କ ସୁରକ୍ଷା ସପ୍ତାହ ଆଜି ଉଦଯାପିତ ହୋଇଛି। ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପରିସରରେ ଆୟୋଜିତ ଉଦଯାପନୀ ସଭାରେ ଅତିରିକ୍ତ ଏସପି ରବିନାରାୟଣ ସି, ଚିନ୍ମୟ ବିଦ୍ୟାଳୟର ଅଧ୍ୟକ୍ଷ ବିନୋଦ କୁମାର ନାୟକ, ଆଞ୍ଚଳିକ ପରିବହନ ଅଧିକାରୀ ପ୍ରଶାନ୍ତ କୁମାର ପରିଡା, ସହକାରୀ ପରିବହନ ଅଧିକାରୀ ଗୋଲାପ ଚନ୍ଦ୍ର ହାଁସଦା ଏବଂ ପ୍ରଦୀପ କୁମାର ପାତ୍ର ପ୍ରମୁଖ ଯୋଗଦେଇଥିଲେ।

ଉଦଯାପନୀ କାର୍ଯ୍ୟକ୍ରମରେ ଆୟୋଜିତ ୱାଲ ପେଣ୍ଟିଂ ପ୍ରତିଯୋଗିତାର କୃତୀ ପ୍ରତିଯୋଗିମାନଙ୍କୁ ପୁରସ୍କୃତ କରାଯାଇଥିଲା । ଏହି ପ୍ରତିଯୋଗିତାରେ ସୁଜିତ କୁମାର ସାହୁ ପ୍ରଥମ, ରାକେଶ କୁମାର ନାଏକ ଦ୍ୱିତୀୟ ଏବଂ ଯୁଗୋଳ କିଶୋର ରାଉତ୍ ତୃତୀୟ ସ୍ଥାନ ଅଧିକାର କରି ଅତିଥିମାନଙ୍କଠାରୁ ଟ୍ରଫି ଓ ପ୍ରମାଣପତ୍ର ଗ୍ରହଣ କରିଥିଲେ। ସହକାରୀ ପରିବହନ ଅଧିକାରୀ ଶ୍ରୀ ହାଁସଦା ଧନ୍ୟବାଦ ଅର୍ପଣ କରିଥିଲେ। ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିଜୟ କୁମାର ମିଶ୍ର ପରିଚାଳନା କରିଥିଲେ ।