ସମ୍ବଲପୁର ସାଂସଦଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ

ସମ୍ବଲପୁର,ଏନ୍ଏନ୍ଏସ୍: ସମ୍ବଲପୁର ସାଂସଦ ନୀତେଶ ଗଙ୍ଗଦେବଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଗତକାଲି ବିଳମ୍ବିତ ରାତିରେ ଦେବଗଡ଼ ଥାନା ଅନ୍ତର୍ଗତ ଏନଏଚ-୪୯ର କୁରଡ଼ ନିକଟରେ ଏହି ଦୁର୍ଘଟଣା ଘଟିଛି। ଏନେଇ ସାଂସଦଙ୍କ ପ୍ରତିନିଧି ଯୋଗେଶ ଚନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି।

ସାଂସଦ ନୀତେଶ ଗଙ୍ଗଦେବ ସମ୍ବଲପୁରରୁ ଫେରୁଥିବା ବେଳେ କୁରଡ଼ ନିକଟରେ ପଛପଟରୁ ଏକ ଟ୍ରକ୍‌ ତାଙ୍କ ଗାଡ଼ିକୁ ଧକ୍କା ଦେଇଥିଲା। ଏକ ବଡ଼ ଧରଣର ଦୁର୍ଘଟଣାରୁ ସାଂସଦ ଅଳ୍ପକେ ବର୍ତ୍ତି ଯାଇଥିବା ବେଳେ କାର୍ ସାମାନ୍ୟ କ୍ଷତିଗ୍ରସ୍ତ ହୋଇଥିବା ଜଣାପଡ଼ିଛି। ସେହିପରି ପୁଲିସ ଉକ୍ତ ଟ୍ରକ୍ ଡ୍ରାଇଭରକୁ ଥାନାରେ ଅଟକ ରଖିଛି।