କେନ୍ଦୁଝର ଜିଲ୍ଲାରେ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ

କେନ୍ଦୁଝର,ଏନ୍ଏନ୍ଏସ୍: ଓଡ଼ିଶା ସରକାରଙ୍କ ରାଜସ୍ୱ ବିଭାଗ ମନ୍ତ୍ରୀ ସୁଦାମ ଚରଣ ମାରାଣ୍ଡି ଶୁକ୍ରବାର କେନ୍ଦୁଝର ଗସ୍ତରେ ଆସିଥିବାବେଳେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ଏହି ପରିପ୍ରେକ୍ଷୀରେ ଦରବାର ହଲଠାରେ ଏକ ସମୀକ୍ଷା ବୈଠକର ଆୟୋଜନ କରାଯାଇଛି। ଏଥିରେ ଜିଲ୍ଲାର ସମସ୍ତ ତହସିଲଦାର ଓ ରାଜସ୍ୱ ଅଧିକାରୀ ଯୋଗଦେଇ ରାଜସ୍ୱ ସଂଗ୍ରହ ସମ୍ପର୍କରେ ମତ ରଖିଛନ୍ତି।

ସେହିପରି କେନ୍ଦୁଝର ଅତିରିକ୍ତ ଜିଲ୍ଲାପାଳ ଡ. ଭକ୍ତ ଚରଣ ପ୍ରଧାନ ଅଧକ୍ଷତା କରିଥିଲେ । ସମୀକ୍ଷା ବୈଠକରେ ଅନ୍ୟମାନଙ୍କ ମଧ୍ୟରେ କେନ୍ଦୁଝର ସାଂସଦ ଚନ୍ଦ୍ରାଣୀ ମୂର୍ମୁ, ବରିଷ୍ଠ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ବଦ୍ରିନାରାୟଣ ପାତ୍ର, କେନ୍ଦୁଝର ବିଧାୟକ ତଥା ବିରୋଧୀ ଦଳର ମୁଖ୍ୟ ସଚେତକ ମୋହନ ଚରଣ ମାଝୀ, ପାଟଣା ବିଧାୟକ ଜଗନ୍ନାଥ ନାୟକ ପ୍ରମୁଖ ମଞ୍ଚାସୀନ ଥିଲେ । ଏଥିସହ ରାଜ୍ୟ ସରକାରଙ୍କ ବୈଷୟିକ ଶିକ୍ଷା ଓ ଦକ୍ଷତା ବିକାଶ ବିଭାଗ ମନ୍ତ୍ରୀ ପ୍ରେମାନନ୍ଦ ନାୟକ ମଞ୍ଚାସୀନ ଥିଲେ।