ବ୍ରହ୍ମାଣ୍ଡ ସୁନ୍ଦରୀ ହରନାଜ ସାନ୍ଧୁଙ୍କୁ ବାଲୁକା କଳାରେ ଶୁଭେଚ୍ଛା

ପୁରୀ,ଏନ୍ଏନ୍ଏସ୍: ଭାରତର ହରନାଜ କୌର ସାନ୍ଧୁ ବ୍ରହ୍ମାଣ୍ଡ ସୁନ୍ଦରୀ ୨୦୨୧ ମୁକୁଟ ହାସିଲ କରିଛନ୍ତି। ଏଥିପାଇଁ ସାରା ଦେଶରୁ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି। ଏହି ଅବସରରେ ବାଲୁକା ଚିତ୍ରଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ମଧ୍ୟ ବାଲୁକା ଚିତ୍ରକଳା ମାଧ୍ୟମରେ ହରନାଜଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପୁରୀ ବେଳାଭୂମିରେ ଏନେଇ ଏକ ସୁନ୍ଦର ବାଲୁକା ଚିତ୍ରକଳା କରିଛନ୍ତି ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ।