Notice: Function _load_textdomain_just_in_time was called incorrectly. Translation loading for the really-simple-ssl domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131

Notice: Function _load_textdomain_just_in_time was called incorrectly. Translation loading for the publisher domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131
ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି କରିବେ ପୁରୀ ରଥଯାତ୍ରା ମାମଲାର ଶୁଶାଣି – Nitidin
Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି କରିବେ ପୁରୀ ରଥଯାତ୍ରା ମାମଲାର ଶୁଶାଣି

ନୂଆଦିଲ୍ଲୀ,ଏଜେନ୍ସି: ପୁରୀ ବିଶ୍ୱପ୍ରସିଦ୍ଧ ରଥଯାତ୍ରାକୁ ଅନୁମତି ଦେବା ପାଇଁ ସୁପ୍ରିମକୋର୍ଟରେ ରିଭ୍ୟୁ ପିଟିସନ ଆଗତ ହୋଇଥିବା ବେଳେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ୍‌ ଏସ୍‌.ଏ. ବୋବଡେ ଏହାର ଚୂଡ଼ାନ୍ତ ଶୁଣାଣି କରିବେ। ପ୍ରଧାନ ବିଚାରପତି ନାଗପୁରସ୍ଥିତ ବାସଭବନରେ ଥାଇ ଭିଡିଓ କନଫରେନ୍ସିଂ ସାହାଯ୍ୟରେ ଏହି ମାମଲାର ଶୁଣାଣି କରିବେ।

ସୂଚନା ଅନୁସାରେ ଆଜି ସୁପ୍ରିମକୋର୍ଟର ଜଣିକିଆ ବେଞ୍ଚରେ ରଥଯାତ୍ରା ପ୍ରସଙ୍ଗରେ ପୁର୍ନବିଚାର ପାଇଁ ହୋଇଥିବା ପିଟିସନର ଶୁଣାଣି ଆରମ୍ଭ ହେବା ପୂର୍ବରୁ ରାଜ୍ୟ ସରକାର ପକ୍ଷଭୁକ୍ତ ହୋଇଥିଲେ। ଏଥିରେ ଓଡ଼ିଶା ସରକାରଙ୍କ ପକ୍ଷରୁ ଏକ ସତ୍ୟପାଠ ଦାଖଲ କରାଯାଇଥିଲା। ଏହି ସତ୍ୟପାଠରେ ଦର୍ଶାଯାଇଥିଲା ଯେ ଯଦି ଶ୍ରୀମନ୍ଦିର ପରିଚାଳନା ସମିତିର ଅଧ୍ୟକ୍ଷ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ପ୍ରସ୍ତାବରେ ଜନସାଧାରଣଙ୍କ ଯୋଗଦାନ ବ୍ୟତିରେକେ ରଥଯାତ୍ରା ଅନୁଷ୍ଠିତ ହୁଏ, ତେବେ ରାଜ୍ୟ ସରକାର ଏଥିଲାଗି ଆବଶ୍ୟକୀୟ ବ୍ୟବସ୍ଥା ଗ୍ରହଣ କରିବେ।

ଅନ୍ୟପକ୍ଷରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ସୁପ୍ରିମ୍‌ କୋର୍ଟରେ ଉପସ୍ଥିତ ରହି ରଥଯାତ୍ରାକୁ ସମର୍ଥନ ଜଣାଇଛନ୍ତି। ଏହି ପରିପ୍ରେକ୍ଷୀରେ ସେ ବିଚାରପତିଙ୍କୁ କହିଥିଲେ ଯେ ରଥଯାତ୍ରା ପରମ୍ପରା ଦୀର୍ଘ ଶତାବ୍ଦୀ ଧରି ଚାଲି ଆସିଛି ଏବଂ ଏହାକୁ ହଠାତ୍‌ ବନ୍ଦ କରଦେବା ଉଚ୍ଚିତ ନୁହେଁ। ତେଣୁ ରଥଯାତ୍ରା ପାଇଁ ପୁରୀରେ ଗୋଟିଏ ଦିନ ପାଇଁ କର୍ଫ୍ୟୁ ଜାରି କରାଯାଇ ଭକ୍ତଙ୍କ ବିନା ରଥଯାତ୍ରାର ଆୟୋଜନ କରାଯାଉ, ଏବଂ ଭକ୍ତମାନଙ୍କ ପାଇଁ ସରକାରଙ୍କ ପକ୍ଷରୁ ରଥଯାତ୍ରାର ସିଧା ପ୍ରସାରଣ କରାଯାଉ ବୋଲି କହିଥିଲେ। ସଲିସିଟର ‌ଜେନେରାଲ ତୁଷାର ମେହାଟ୍ଟଙ୍କ ଏହି ଯୁକ୍ତି ଓ ଓଡ଼ିଶା ରାଜ୍ୟ ସରକାରଙ୍କ ପକ୍ଷରୁ ଦାଖଲ ହୋଇଥିବା ସତ୍ୟପାଠକୁ ଅନୁଧ୍ୟାନ କରିବା ପରେ ସୁପ୍ରିମ୍‌ କୋର୍ଟର ବିିଚାରପତି ଜଷ୍ଟିସ୍‌ ଏସ୍‌ ରବୀନ୍ଦ୍ର ଭଟ୍ଟଙ୍କ ଜଣିକିଆ ବେଞ୍ଚ ଏହି ମାମଲାର ପରବର୍ତ୍ତୀ ଶୁଣାଣିକୁ ବୃହତ୍ତର ଖଣ୍ଡପୀଠକୁ ପଠାଇ ଦେଇଥିଲେ।