Notice: Function _load_textdomain_just_in_time was called incorrectly. Translation loading for the really-simple-ssl domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131

Notice: Function _load_textdomain_just_in_time was called incorrectly. Translation loading for the publisher domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131
ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, ପୂଜା ଛୁଟି ଯାଏ ସ୍କୁଲ, କଲେଜ ବନ୍ଦ – Nitidin
Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, ପୂଜା ଛୁଟି ଯାଏ ସ୍କୁଲ, କଲେଜ ବନ୍ଦ

ଭୁବନେଶ୍ୱର,ଏନ୍ଏନ୍ଏସ୍: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନସିଂ ଜରିଆରେ ରାଜ୍ୟରେ କୋଭିଡ ପରିଚାଳନା ସମ୍ପର୍କରେ ସମୀକ୍ଷା କରିଛନ୍ତି। ରାଜ୍ୟରେ  କୋଭିଡ ପରିସ୍ଥିତିକୁ ଦେଖି ପୂଜା ଛୁଟି ପର୍ଯ୍ୟନ୍ତ ସ୍କୁଲ ଓ କଲେଜ ବନ୍ଦ ରଖିବାକୁ ଘୋଷଣା କରିଛନ୍ତି । ବର୍ତ୍ତମାନ ପରିସ୍ଥିତିରେ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ଉଦବେଗକୁ ଦୃଷ୍ଟିରେ ରଖି ଏହି ପଦକ୍ଷେପ ଗ୍ରହଣ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହାସହ ମୁଖ୍ୟମନ୍ତ୍ରୀ ରାଜ୍ୟରେ କୋଭିଡ୍ ପରିଚାଳନା ସମ୍ପର୍କରେ ସମୀକ୍ଷା କରିଥିଲେ। ଗ୍ରାମ୍ୟ ଅର୍ଥନୀତିର ପୁନରୁଦ୍ଧାର ପାଇଁ ଅଧିକ ଋଣ ସହାୟତା, ଏମଏସଏମଇ, କୃଷି, ମତ୍ସ୍ୟ ଓ ପଶୁପାଳନ ଏବଂ ଏସଏଚଜି ଉପରେ ଅଧିକ ଫୋକସ୍ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। କୋଭିଡ ପରିସ୍ଥିତି ଯୋଗୁ ଅନ୍ୟ ରାଜ୍ୟରୁ ଆସିଥିବା ଭାଇଭଉଣୀମାନେ ଯେପରି ଓଡ଼ିଶାରେ ରୋଜଗାର ପାଇପାରିବେ, ସେଥିପାଇଁ ସେମାନଙ୍କୁ ଛୋଟ ଛୋଟ ବ୍ୟବସାୟ ପାଇଁ ରିହାତିରେ ଋଣ ଯୋଗାଇ ଦିଆଯିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ। ସେହିପରି ନିର୍ମାଣ ଶ୍ରମିକ ଯୋଜନାରେ ସେମାନଙ୍କର ଦକ୍ଷତା ନିରୂପଣ ଓ ପଞ୍ଜିକରଣ ସୁବିଧାରେ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।
ଛେଳି, କୁକୁଡ଼ା ପାଳନ, ମତ୍ସ୍ୟ ଚାଷ ଆଦି ବିଭିନ୍ନ ଜୀବିକା କାର୍ଯ୍ୟକ୍ରମ ଲୋକଙ୍କୁ ରୋଜଗାର ଦେବାରେ ବିଶେଷ ସଫଳ ହେଉଥିବାରୁ, ଏହାକୁ ଅଧିକ ବ୍ୟାପକ କରିବା ଏବଂ ଅଧିକ ଲୋକଙ୍କୁ ଏଥିରେ ସାମିଲ୍ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ମାସ୍କ ତିଆରିରେ ନିୟୋଜିତ ଥିବା ଏସ୍ଏଚ୍ଜିର ମା’ ମାନେ ଯେଭଳି ଏହି ସମୟରେ ରୋଜଗାର କରିପାରିବେ, ସେଥିପାଇଁ ବିଧାୟକ ଆଞ୍ଚଳିକ ବିକାଶ ପାଣ୍ଠି ଅର୍ଥରେ ଏସ୍ଏଚ୍ଜିରୁ ମାସ୍କ କିଣାଯାଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏସଏଚଜିମାନେ ଯେପରି ସୁବିଧାରେ ଋଣ ପାଇପାରିବେ, ସେଥିପାଇଁ ଦୃଷ୍ଟି ରଖିବା ସହିତ ବ୍ୟାଙ୍କ ମାନଙ୍କ ସହିତ ଯୋଗାଯୋଗରେ ରହିବା ପାଇଁ ପରାମର୍ଶ ଦେଇଥିଲେ। ଗ୍ରାମାଞ୍ଚଳରେ ନିର୍ମାଣ କାର୍ଯ୍ୟ ବିଶେଷ କରି ଗୃହ ନିର୍ମାଣ କାମ ଉପରେ ଅଧିକ ଗୁରୁତ୍ୱ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏତଦ୍ ବ୍ୟତୀତ ଚାଷୀଙ୍କୁ ସୁବିଧାରେ ଏବଂ ଶୀଘ୍ର କୃଷି ଋଣ ଯୋଗାଣ ଏବଂ କ୍ଷୁଦ୍ର, ମଧ୍ୟମ ଓ ଅଣୁ ଶିଳ୍ପର ପୁନରୁଦ୍ଧାରର ଆବଶ୍ୟକତାକୁ ଦୃଷ୍ଟିରେ ରଖି ସହାୟତା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। କୋଭିଡ୍ ପରିଚାଳନା ସମ୍ପର୍କରେ ମୁଖ୍ୟମନ୍ତ୍ରୀ କହିଥିଲେ, ମହାମାରୀ ସମୟରେ ଆତ୍ମସନ୍ତୋଷ ହିଁ ସବୁଠାରୁ ବଡ଼ ଶତ୍ରୁ। ତେଣୁ ସାଧାରଣ ଲୋକ ହୁଅନ୍ତୁ, ବା ସରକାରୀ କର୍ମଚାରୀ ସମସ୍ତେ ଏଥିପ୍ରତି ସତର୍କ ରହି କାମ କରିବାକୁ ହେବ। ରାଜ୍ୟରେ ଅଧିକ ଟେଷ୍ଟିଂ କରାଯାଉଥିବା ସହିତ ପଜିଟିଭ୍ ହାର କମିଥିବା ଏବଂ ମୃତ୍ୟୁ ହାର ମଧ୍ୟ କମିଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ।  ହଟସ୍ପଟ ଜିଲ୍ଲାମାନଙ୍କରେ ଯେଉଁ ଅଞ୍ଚଳଭିତ୍ତିକ ସ୍ୱତନ୍ତ୍ର ରଣନୀତି ପ୍ରସ୍ତୁତ କରାଯାଇଛି, ତାକୁ କଡ଼ାକଡ଼ି ଭାବରେ ପାଳନ କରିବା ସହିତ ଆଗାମୀ ସପ୍ତାହ ବେଳକୁ ଯେଭଳି ପରିସ୍ଥିତିରେ ଆଖିଦୃଶିଆ ଉନ୍ନତି ଆସିପାରିବ, ସେ ଦିଗରେ କାମ କରିବା ପାଇଁ ଜିଲ୍ଲା ପର୍ଯ୍ୟବେକ୍ଷକମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ବିଭିନ୍ନ ଆଞ୍ଚଳିକ କୋଭିଡ୍ ଚିକିତ୍ସାଳୟମାନଙ୍କରେ ଆବଶ୍ୟକ ମୁତାବକ ଆଇସିୟୁ ଶଯ୍ୟାର ଉପଲବ୍ଧତା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଥିଲେ। ତା ସହିତ କୋଭିଡ ନିୟମାବଳୀକୁ କଡାକଡି ଭାବରେ ପାଳନ କରି ସରକାରୀ ଅଫିସ ଗୁଡିକୁ ସଂକ୍ରମଣମୁକ୍ତ ରଖିବାକୁ ସବୁପ୍ରକାର ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। କୋଭିଡ ଯୋଦ୍ଧାମାନଙ୍କ ଭିତରେ ସଂକ୍ରମଣ ହାର କମୁଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ ଏବଂ ମାସ୍କର ବ୍ୟବହାର, ସାମାଜିକ ଦୂରତା ବିଷୟରେ ଆହୁରି ଜନସଚେତନତା କରିବା ପାଇଁ ପରାମର୍ଶ ଦେଇଥିଲେ। ସହିଦ୍ କୋଭିଡ ଯୋଦ୍ଧା ମାନଙ୍କର ବ୍ୟକ୍ତିଗତ ପାଉଣା ଆସନ୍ତା ଶୁକ୍ରବାର ସୁଦ୍ଧା ତାଙ୍କ ଆତ୍ମୀୟ ମାନଙ୍କୁ ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ କଡ଼ା ନିର୍ଦ୍ଦେଶ ଦେଇଥିଲେ।
କୃଷି ମନ୍ତ୍ରୀ ଅରୁଣ ସାହୁ, ସରକାରୀ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ବିଧାୟକ ଦେବୀ ପ୍ରସାଦ ମିଶ୍ର ଓ ଅତନୁ ସବ୍ୟସାଚୀ ନାୟକ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରି ଗ୍ରାମ୍ୟ ଅର୍ଥନୀତି ପୁନରୁଦ୍ଧାର ପ୍ୟାକେଜ, ପ୍ଲାଜମା ସଂଗ୍ରହ ଏବଂ ଅନ୍ୟ ରାଜ୍ୟରୁ ଆସିଥିବା ଓଡ଼ିଆ ଶ୍ରମିକଙ୍କର ପଞ୍ଜିକରଣ ସମସ୍ୟା ଆଦି ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।
ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ରାଜ୍ୟର ଅର୍ଥନୀତି ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ବିସ୍ତୃତ ଭାବରେ ଅବଗତ କରାଇଥିଲେ ଏବଂ ଜୁଲାଇ ମାସରୁ ପରିସ୍ଥିତିରେ ସୁଧାର ପରିଲକ୍ଷିତ ହେଉଛି ବୋଲି ଜଣାଇଥିଲେ। ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ତାଙ୍କ ଉପସ୍ଥାପନାରେ କୋଭିଡ୍ ପରିସ୍ଥିତି ସଂପର୍କରେ ବିସ୍ତୃତ ସୂଚନା ଦେଇଥିଲେ। ଉପସ୍ଥାପନାରୁ ଜଣାଯାଇଛି ଯେ ରାଜ୍ୟରେ ରିକଭରି ରେଟ୍ ଗତ ସପ୍ତାହରୁ ବଢି ୭୧.୩ ପ୍ରତିଶତରେ ପହ ିଥିବା ବେଳେ ମୃତ୍ୟୁହାର ହ୍ରାସ ପାଇ ୦.୫ ପ୍ରତିଶତ ହୋଇଛି। ୫୪ ପ୍ରତିଶତ ସକ୍ରିୟ ସଂକ୍ରମିତ ରୋଗୀ ଗୃହ ସଂଗରୋଧରେ ରହୁଛନ୍ତି। ସେହିପରି ପୁଲିସ, ଅଗ୍ନିଶମ ଓ ଏନ୍ଡିଆର୍ଏଫ୍ କର୍ମଚାରୀ ପ୍ଲାଜମା ଦାତା ମାନଙ୍କ ମଧ୍ୟରେ ଆଗୁଆ ରହିଛନ୍ତି। କଟକ, ବାଲେଶ୍ୱର ଓ କେନ୍ଦ୍ରାପଡା ଜିଲ୍ଲା ପ୍ଲାଜମା ସଂଗ୍ରହ କ୍ଷେତ୍ରରେ ବହୁତ ଭଲ କାମ କରିଥିବା ବେଳେ ମାଲକାନଗିରି, ବୌଦ୍ଧ ଓ ରାୟଗଡ଼ା ଜିଲ୍ଲା ଗୃହ ସଂଗରୋଧ କ୍ଷେତ୍ରରେ ବହୁତ ଭଲ କାମ କରିଛନ୍ତି। ଆସନ୍ତା ୨୮ ତାରିଖରୁ ଭୁବନେଶ୍ୱରରେ ଦ୍ୱିତୀୟ ପର୍ଯ୍ୟାୟ ଏବଂ ରାଉରକେଲାରେ ପ୍ରଥମ ପର୍ଯ୍ୟାୟ ସେରୋ ସର୍ଭେ କାର୍ଯ୍ୟ ଆରମ୍ଭ କରାଯିବ ବୋଲି ସେ ସୂଚନା ଦେଇଥିଲେ। ଆସନ୍ତାକାଲି କୋରାପୁଟରେ ଆଉ ଏକ ପ୍ଲାଜମା ବ୍ୟାଙ୍କ ଖୋଲାଯିବ। କଟକ,ଖୋର୍ଦ୍ଧା, ସୁନ୍ଦରଗଡ ଓ ରାୟଗଡା ଜିଲ୍ଲାର କୋଭିଡ ପରିସ୍ଥିତି ଓ ମୁକାବିଲା ସଂପର୍କରେ ଜିଲ୍ଲା ପର୍ଯ୍ୟବେକ୍ଷକ ଓ ମ୍ୟୁନିସପାଲ କମିଶନର ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। କଟକରେ କୋଭିଡ ମୁକାବିଲା ପାଇଁ ଯେକୌଣସି ଅତିରିକ୍ତ ସହାୟତା ଆବଶ୍ୟକ ହେଲେ ତୁରନ୍ତ ରାଜ୍ୟ ସରକାରଙ୍କୁ ଜଣାଇ ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।
ସେହିପରି ରାଉରକେଲାରେ କୋଭିଡ ମୁକାବିଲାରେ ନିୟୋଜିତ ବିଭିନ୍ନ ସଂସ୍ଥା ମାନଙ୍କ ମଧ୍ୟରେ ଅଧିକ ସମନ୍ୱୟ ରଖି କୋଭିଡ ପରିଚାଳନା କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ବୈଠକରେ ରାଜ୍ୟରେ ବର୍ଷା ଓ ସମ୍ଭାବିତ ବନ୍ୟା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା। ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା ସୂଚନା ଦେଇ କହିଥିଲେ ଗତ ଦୁଇ ଦିନ ଭିତରେ ରାଜ୍ୟର ୯ଟି ଜିଲ୍ଲାରେ ହାରାହାରି ୧୦୦ ମିଲିମିଟର ବର୍ଷା ହୋଇଛି। ବୈତରଣୀ, ବୁଢାବଳଙ୍ଗ ଓ ସାଳନ୍ଦୀ ନଦୀରେ ଅଧିକ ପାଣି ଆସିଛି। ଆଜି ରାତି ଠାରୁ ଆସନ୍ତାକାଲି ମଧ୍ୟରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ବୈତରଣୀ, ବୁଢାବଳଙ୍ଗ ଓ ତେଲ ଆଦି ନଦୀରେ ମଧ୍ୟମ ଧରଣର ବନ୍ୟା ଆସିବାର ସମ୍ଭାବନା ରହିଛି। ଲୋକଙ୍କୁ ବନ୍ୟା ସମୟରେ ଉଦ୍ଧାର କରିବା ପାଇଁ ୧୦ଟି ଓଡ୍ରାଫ ଟିମ୍ ଓ ଅଗ୍ନିଶମ ସେବା ୟୁନିଟ୍ ନିୟୋଜିତ ହୋଇଛନ୍ତି। ନଦୀବନ୍ଧ ଗୁଡିକରେ ପାଟ୍ରୋଲିଂ କରାଯାଉଛି। ଜଳପ୍ଲାବିତ ଅ ଳ ଗୁଡିକରେ ଜଳ ନିଷ୍କାସନର ବ୍ୟବସ୍ଥା କରାଯାଉଛି। ମୁଖ୍ୟ ସଚିବ ବିଭିନ୍ନ ବିଭାଗୀୟ ସଚିବମାନଙ୍କ ସହିତ ଆଲୋଚନା କରି ଆବଶ୍ୟକ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଏହି ବୈଠକରେ ମୁଖ୍ୟ ଶାସନ ସଚିବ, ପୁଲିସ ମହାନିର୍ଦ୍ଦେଶକ, ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଗୃହ ବିଭାଗର ପ୍ରମୁଖ ସଚିବ ଆଦି ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭିକେ ପାଣ୍ଡିଆନ ବୈଠକ ସ।ଳନ କରିଥିଲେ।