ଆଜିଠୁ ବଦଳିଲା ସ୍କୁଲ ସମୟ: ଦଶମ ଓ ଦ୍ୱାଦଶ ପିଲାଙ୍କ ପାଇଁ ସକାଳ ୮ରୁ ୧୨ଟା ଯାଏଁ ପାଠପଢା

ଭୁବନେଶ୍ୱର,ଏନ୍ଏନ୍ଏସ୍: ବଦଳିଲା ସକାଳୁଆ ସ୍କୁଲ ସମୟ। ନବମ ଓ ଏକାଦଶ ପିଲାଙ୍କ ପାଇଁ ସକାଳ ୭ଟାରୁ ୯ଟା ପର୍ଯ୍ୟନ୍ତ ସ୍କୁଲରେ ପାଠପଢା ହେବ। ସେହିଭଳି ସ୍କୁଲରେ ସକାଳ ୮ରୁ ୧୨ଟା ପର୍ଯ୍ୟନ୍ତ ଦଶମ ଓ ଦ୍ୱାଦଶ ପିଲାଙ୍କ ପାଠପଢ଼ା ହେବ। ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଗତ ୧ ତାରିଖରୁ ଏହି ୪ଟି ଶ୍ରେଣୀର ଛାତ୍ରଛାତ୍ରୀଙ୍କ ପାଇଁ ସକାଳୁଆ ସ୍କୁଲ ହେଉଛି। ପୂର୍ବରୁ ସକାଳ ୭ରୁ ମଧ୍ୟାହ୍ନ ୧ଟା ପର୍ଯ୍ୟନ୍ତ ସ୍କୁଲ ହେବ ବୋଲି ନିଷ୍ପତ୍ତି ହୋଇଥିଲା। ତେବେ ଦଶମ ଓ ଦ୍ୱାଦଶ ପିଲାଙ୍କ ପାଇଁ ଅପରାହ୍ଣ ୧ଟା ପର୍ଯ୍ୟନ୍ତ ସ୍କୁଲ ଚାଲିବାକୁ ନେଇ ଅଭିଭାବକ ଓ ଛାତ୍ରଛାତ୍ରୀ ମହଲରେ ବିରୋଧ କରାଯାଇଥିଲା।

ନବମ, ଏକାଦଶ ପିଲାଙ୍କ ପାଇଁ ସକାଳ ୭ଟାରୁ ୯ଟା ପର୍ଯ୍ୟନ୍ତ ସ୍କୁଲ ଚାଲୁଛି। ଦଶମ ଓ ଦ୍ୱାଦଶ ପିଲାଙ୍କ ପାଇଁ ଅପରାହ୍ଣ ୧ଟା ପର୍ଯ୍ୟନ୍ତ ସ୍କୁଲ ଚାଲିବାକୁ ବିରୋଧ କରାଯିବା ପରେ ସରକାର ଏହି ସମୟରେ ପରିବର୍ତ୍ତନ କରିଥିବା ଜଣାପଡ଼ିଛି। ଏବେ ଦଶମ ଓ ଦ୍ୱାଦଶ ପିଲାଙ୍କ ପାଇଁ ସକାଳ ୮ରୁ ୧୨ଟା ପର୍ଯ୍ୟନ୍ତ ସ୍କୁଲରେ ପାଠପଢ଼ା ହେବ। ଖରା ପାଇଁ ସକାଳୁଆ ସ୍କୁଲ କରିବା ଲାଗି ଗତ ୨୭ ତାରିଖରେ ରାଜ୍ୟ ସରକାର ସୂଚନା ଦେଇଥିଲେ।