ଶ୍ରୀନଗର,ଏଜେନ୍ସି: ଜାମ୍ମୁ କାଶ୍ମୀରର ସୋପିଆନ ଅଞ୍ଚଳ ବଡ଼ଗାମରେ ସୁରକ୍ଷାବାହିନୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ବଡ଼ ଧରଣର ଗୁଳିବିନିମୟ ହୋଇଛି। ବଡ଼ଗାମରେ ଆତଙ୍କବାଦୀମାନେ ଲୁଚି ରହିଥିବା ନେଇ ସେନାକୁ ବିଶ୍ୱସ୍ତ ସୂତ୍ରରୁ ସୂଚନା ମିଳିବା ପରେ ସେନା ଓ ପୁଲିସର ଯୁଗ୍ମ ଟିମ୍ ଅତର୍କିତ ଭାବେ ଚଢ଼ଉ କରିଥିଲେ। ପରେ ଉଭୟ ଆତଙ୍କବାଦୀ ଓ ସୁରକ୍ଷାବାହିନୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଏଥିରେ ୩ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଜଣେ ଯବାନ ସହିଦ ହୋଇଛନ୍ତି। ଘଟଣାସ୍ଥଳରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। ଏଥିସହିତ ଉକ୍ତ ଅଞ୍ଚଳକୁ ସିଲ କରାଯାଇ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଛି।
ଏହା ପୂର୍ବରୁ ରିହାୟଶୀ ଅଞ୍ଚଳରେ ଆତଙ୍କବାଦୀଙ୍କ ଉପସ୍ଥିତି ଶେଷ କରିବାକୁ ପୁଲୱାମା (ନୂଆ କଲୋନୀ)ରୁ ତଲାସି ଅଭିଯାନ ଆରମ୍ଭ କରାଯାଇଥିଲା। ସୁରକ୍ଷାବାହିନୀର ଯବାନମାନେ ପୂରା ଅଞ୍ଚଳକୁ ଘେରି ଯାଞ୍ଚ କରିଥିଲେ।