ବାରମୂଳାରେ ସେନାର ଗୁଳିବିନିମୟ, ସର୍ଚ୍ଚ ଅପରେଶନ ଜାରି

ଶ୍ରୀନଗର,ଏନ୍ଏନ୍ଏସ୍: ଭାରତୀୟ ସୁରକ୍ଷା ବାହିନୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ପୁଣି ଥରେ ଗୁଳିବିନିମୟ ହୋଇଛି। ଜମ୍ମୁକଶ୍ମୀରର ବାରମୂଳା ଜିଲ୍ଲା ଅନ୍ତର୍ଗତ ୱାନିଗାମ ପୟୀନ କ୍ରିନୀ ଅଞ୍ଚଳରେ ଆତଙ୍କବାଦୀଙ୍କ ବିରୋଧରେ ସେନା ଗୁଳିବିନିମୟ କରିଛି। ଏଠାରେ ୨ରୁ ୩ ଜଣ ଆତଙ୍କବାଦୀ ଲୁଚି ରହିଥିବା ଆଶଙ୍କା କରାଯାଉଛି। ତେବେ ରିପୋର୍ଟ ଲେଖାଯିବା ବେଳକୁ ସେନାର ସର୍ଚ୍ଚ ଅପରେସନ ଜାରି ରହିଛି।

ୱାନିଗାମ ପନୀୟ କ୍ରିନୀ ଅଞ୍ଚଳରେ କିଛି ଆତଙ୍କବାଦୀମାନେ ଚଳପ୍ରଚଳ କରୁଥିବା ନେଇ ସୁରକ୍ଷାବାହିନୀକୁ ବିଶ୍ୱସ୍ତ ସୂତ୍ରରୁ ସୂଚନା ମିଳିଥିଲା। ଏହା ପରେ ଯବାନମାନେ ଅତର୍କିତ ଭାବେ ଚଢ଼ଉ କରିଥିଲେ। ଏହି ସମୟରେ ଆତଙ୍କବାଦୀମାନେ ସେନା ଉପରକୁ ଗୁଳିଚାଳନା କରିଥିଲେ। ପରେ ସେନା ପକ୍ଷରୁ ମଧ୍ୟ ପାଲଟା ଗୁଳିଚାଳନା କରାଯାଇଥିଲା।