Notice: Function _load_textdomain_just_in_time was called incorrectly. Translation loading for the really-simple-ssl domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131

Notice: Function _load_textdomain_just_in_time was called incorrectly. Translation loading for the publisher domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131
ସକାଳ ୧୦ଟା ୫୦ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ ରାଷ୍ଟ୍ରପତି ମୁର୍ମୁ – Nitidin
Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

ସକାଳ ୧୦ଟା ୫୦ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ ରାଷ୍ଟ୍ରପତି ମୁର୍ମୁ

ସୁରକ୍ଷା ପାଇଁ ୩୪ ପ୍ଲାଟୁନ ପୋଲିସ ଫୋର୍ସ ହେବେ ମୁତୟନ

ଭୁବନେଶ୍ବର,ଏନ୍ଏନ୍ଏସ୍: ଓଡ଼ିଶା ଆସୁଛନ୍ତି ମହାମହିମ। ରାଷ୍ଟ୍ରପତି ହେବା ପରେ ଦ୍ରୌପଦୀ ମୁର୍ମୁଙ୍କ ପ୍ରଥମ ଓଡ଼ିଶା ଗସ୍ତ । ଏହାପୂର୍ବରୁ ରାଷ୍ଟ୍ରପତି ନିର୍ବାଚନ ସମର୍ଥନ ପାଇଁ’ଆସିଥିଲେ । ଏହି ସମୟରେ ମୁଖ୍ୟମନ୍ତ୍ରୀଙ୍କୁ ନବୀନ ନିବାସରେ ଭେଟିଥିଲେ । ରାଷ୍ଟ୍ରପତିଙ୍କ ସ୍ୱାଗତ ପାଇଁ ଭୁବନେଶ୍ୱର ଓ ପୁରୀରେ ବ୍ୟାପକ ପ୍ରସ୍ତୁତି। ତ୍ରୁଟିଶୂନ୍ୟ ବ୍ୟବସ୍ଥା ଉପରେ ଗୁରୁତ୍ୱ ଦେଇଛନ୍ତି ସରକାର । ଏହା ପୂର୍ବରୁ ଭୁବନେଶ୍ୱରରେ ବିଜୁ ପଟ୍ଟନାୟକ ବିମାନ ବନ୍ଦରରୁ ରାଜଭବନ ପର୍ଯ୍ୟନ୍ତ କାରକେଡ୍‌ ରିହରସଲ୍‌ ହୋଇଛି । ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି ହୋଇଛି ।

ବ୍ଲୁ ବୁକ୍‌ ଅନୁସାରେ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ରାଷ୍ଟ୍ରପତିଙ୍କ ସୁରକ୍ଷାରେ ମୁତୟନ ହେବେ ୩୪ ପ୍ଲାଟୁନ୍‌ ପୁଲିସ ଫୋର୍ସ । ସୁରକ୍ଷା ଦାୟିତ୍ୱରେ ରହିବେ ୪ ଜଣ ଡିସିପି ର‍୍ୟାଙ୍କର ଅଫିସର, ୨୨ ଜଣ ଅତିରିକ୍ତ ଡିସିପି, ୬୨ ଜଣ ଏସିପି, ୨୦୦ ଏସଆଇ ଓ ଏଏସ୍‌ଆଇ । ଏୟାରପୋର୍ଟରେ ରାଷ୍ଟ୍ରପତିଙ୍କୁ ଗାର୍ଡ ଅଫ୍‌ ଅନର ପ୍ରଦାନ କରାଯିବ ।

ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ପୁରୀରେ କାରକେଡ୍‌ ରିହରସଲ୍‌ କରାଯାଇଛି । କାଲି ରାଷ୍ଟ୍ରପତି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ଯିବେ ଶ୍ରୀକ୍ଷେତ୍ର ପୁରୀ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବେ । ଏହି ସମୟରେ ସାଧାରଣ ଦର୍ଶନ ବନ୍ଦ ରହିବ । ସୁରକ୍ଷା ପାଇଁ ନିୟୋଜିତ ହେବେ ୨୪ ପ୍ଲାଟୁନ୍‌ ପୁଲିସ ଫୋର୍ସ । ଶ୍ରୀମନ୍ଦିରକୁ ପାଛୋଟି ନେବେ କୌଳିକ ପଣ୍ଡା । ଶ୍ରୀମନ୍ଦିରରେ ପ୍ରାୟ ୪୫ ମିନିଟ୍‌ ବିତାଇବା ସହ ରାଷ୍ଟ୍ରପତି ପୂଜାର୍ଚ୍ଚନା କରିବାର କାର୍ଯ୍ୟକ୍ରମ ରହିଛି । ଶ୍ରୀମନ୍ଦିର ଦର୍ଶନ ପରେ ରାଷ୍ଟ୍ରପତି ରାଜଭବନକୁ ପ୍ରତ୍ୟାବର୍ତ୍ତନ କରିବେ । ରାଜଭବନରେ ରାଷ୍ଟ୍ରପତି ମହାପ୍ରସାଦ ସେବନ କରିବାର କାର୍ଯ୍ୟକ୍ରମ ରହିଛି । ୩ଟା ପରେ ରାଜଭବନରୁ ଭୁବନେଶ୍ୱର ଫେରିବେ ।

ରାଷ୍ଟ୍ରପତିଙ୍କ ପାଇଁ ସଜେଇ ହୋଇଛି ତପୋବନ ହାଇସ୍କୁଲ, ୟୁନିଟ-୨ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଓ କୁନ୍ତଳା କୁମାରୀ ସାବତ ଆଦିବାସୀ ଛାତ୍ରୀ ନିବାସ । ୧୧ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏସବୁ ସ୍ଥାନ ପରିଦର୍ଶନ କରିବେ । ତାପୂର୍ବରୁ ନୂଆ ରୂପରେ ସଜେଇ ହେଉଛି ବିଦ୍ୟାଳୟ ଓ ଛାତ୍ରୀ ନିବାସ । ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିବା ପାଇଁ ଗୀତ ଓ ନାଚର ଅଭ୍ୟାସ