ସଇଁନ୍ତଲା,ଏନ୍ଏନ୍ଏସ୍: ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଲକ ଘୁନସର ପଞ୍ଚାୟତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତ୍ମରକ୍ଷା କୌଶଳ ସୁରକ୍ଷା ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ଶୁଭେନ୍ଦୁ ବିକାଶ କୁମ୍ଭାରଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ସ୍ଥାନୀୟ ସରପଞ୍ଚ ଅନୁରାଧା ସେଠ ଓ ମଣ୍ଡଳ କଲେଜ ଅଧ୍ୟକ୍ଷ ଅମ୍ବରେଶ ମେହେର ମୁଖବକ୍ତା ଭାବେ ଯୋଗଦେଇ ମତବ୍ୟକ୍ତ କରିଥିଲେ । ଏଥିରେ ପ୍ରଶିକ୍ଷିକା ଡାକ ପ୍ରିୟା ନାଗ ପ୍ରଶିକ୍ଷଣ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ନାରାୟଣ ବୁଡେକ, ମୋହନ ଚରଣ ବାଗ, ସୁକୁମାର ସାହୁ, ସରୋଜ ରଣା, ଶତ୍ରୁଘ୍ନ ଗହୀର, ବିଷ୍ଣୁ ଭୋଇ, ଘନଶ୍ୟାମ ସାହୁ ଓ ନିରଞ୍ଜନ ରଣା ପ୍ରମୁଖ ଉପସ୍ଥିତ ଥିଲେ । ଶେଷରେ ଅମିତାଭ କୁମାର ପଟେଲ ଧନ୍ୟବାଦ ଅର୍ପଣ କରିଥିଲେ ।