ଭୁବନେଶ୍ୱର,ଏନ୍ଏନ୍ଏସ୍: ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସୂଚନା ଅନୁସାରେ ରାଜ୍ୟ କଂଗ୍ରେସ ପକ୍ଷରୁ ପ୍ରତିଷ୍ଠା ଦିବସ ପାଳନ କରାଯାଉଥିବା ବେଳେ ଏନେଇ ତ୍ରିରଙ୍ଗା ରାଲିର ଆୟୋଜନ ହୋଇଥିଲା। ଏହି ସମୟରେ ଅନେକ କଂଗ୍ରେସ ନେତା ଯୋଗଦେଇଥିଲେ। ଏଥିରେ ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ମଧ୍ୟ ଯୋଗଦେଇଥିଲେ। ସିବିଆଇ ଅଫିସ ସାମ୍ନାରେ ଭାଷଣ ଦେଉଥିବା ବେଳେ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ଏହାପରେ ହଠାତ୍ ଛାତିକୁ ଧରି ତଳେ ବସି ପଡ଼ିଥିଲେ। ତୁରନ୍ତ ତାଙ୍କୁ ସେଠାରୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେ ପୂର୍ବରୁ ମଧୁମେହ ରୋଗରେ ପୀଡ଼ିତ ଥିଲେ। ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଜଣାପଡ଼ିଛି।