ଉତ୍ତର ପ୍ରଦେଶରେ ମର୍ମନ୍ତୁଦ ଦୁର୍ଘଟଣା, ୩ ଯବାନ ମୃତ

ଲକ୍ଷ୍ନୌ,ଏଜେନ୍ସି: ଉତ୍ତର ପ୍ରଦେଶର ବସ୍ତି ଜିଲ୍ଲାରେ ମର୍ମନ୍ତୁଦ ଦୁର୍ଘଟଣା। ଏହି ଦୁର୍ଘଟଣାରେ ୩ ଯବାନଙ୍କ ମୃତ୍ୟୁ ଘଟିଥିବାବେଳେ ଦୁଇ ଜଣ ଯବାନ ଗୁରୁତର ଆହତ ହୋଇଛନ୍ତି।

ମୁଣ୍ଡେରୱା ଥାନା ନିକଟ ରାଜପଥରେ ଏହି ଦୁର୍ଘଟଣା ହୋଇଥିବା ଜଣାପଡ଼ିଛି। ଦୁଇଟି ଗାଡ଼ି ମୁହାଁମୁହିଁ ଧକ୍କା ହେବା ଫଳରେ କେନ୍ଦ୍ରୀୟ ସୁରକ୍ଷା ବଳର ୩ ଜଣ ଯବାନଙ୍କ ମୃତ୍ୟୁ ଘଟିଛି ଏବଂ ୨ ଯବାନ ଗୁରୁତର ଆହତ ହୋଇଛନ୍ତି। ତେବେ ଆହତ ଯବାନଙ୍କୁ ନିକଟସ୍ଥ ଜିଲ୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି।