ନୂଆଦିଲ୍ଲୀ: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି। ଏହି ଅବସରରେ ଉଭୟ ପାଖାପାଖି ୮୦ ମିନିଟ୍ ପର୍ଯ୍ୟନ୍ତ ଆଲୋଚନା କରିଥିଲେ। ଏହି ସମୟରେ ରାଜ୍ୟରେ କରୋନାର ଦ୍ୱିତୀୟ ଲହରୀକୁ ନିୟନ୍ତ୍ରିତ କରିବା ଲାଗି ନିଆଯାଇଥିବା ପଦକ୍ଷେପ ଓ ବର୍ତ୍ତମାନର ସ୍ଥିତି ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କୁ ଶିବରାଜ ଅବଗତ କରାଇଥିଲେ। ମୋଦୀଙ୍କୁ ଭେଟିବା ପରେ ଶିବରାଜ ଟ୍ୱିଟ୍ କରି ଏସମ୍ପର୍କରେ ସୂଚନା ଦେଇଥିଲେ।
ସୂଚନାଯୋଗ୍ୟ, ମଧ୍ୟପ୍ରଦେଶରେ ଜୁନ ୨୧ରୁ ମେଗା ଟିକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବ। ଏଥିରେ ମୁଖ୍ୟମନ୍ତ୍ରୀ ଶିବରାଜଙ୍କ ସମେତ ସାଂସଦ, ବିଧାୟକ, ସଙ୍କଟ ପ୍ରବନ୍ଧନ ସମିତି ଓ ବିଭିନ୍ନ କ୍ଷେତ୍ରର ଜଣାଶୁଣା ହସ୍ତୀ ସାମିଲ ହେବେ।