ପୁରୀ,ଏନ୍ଏନ୍ଏସ୍: ପୁରୀରେ ଶ୍ରୀଜଗନ୍ନାଥ ମେଡିକାଲ କଲେଜ ଓ ହସ୍ପିଟାଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି। ଉକ୍ତ କାର୍ଯ୍ୟକ୍ରମରେ ଭର୍ଚ୍ଚୁଆଲ ମାଧ୍ୟମରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭୀୟ ଉପସ୍ଥିତ ରହଥିଲେ । ଏହି ଅବସରରେ ସ୍ୱାସ୍ଥ୍ୟମନ୍ତ୍ରୀ ନୂତନ ଭାବେ ନାମ ଲେଖାଇଥିବା ଛାତ୍ରଛାତ୍ରୀଙ୍କ ସହ କଥା ହୋଇଥିଲେ। ଓଡ଼ିଶାରେ ଆୟୁଷ୍ମାନ ଭାରତ ଲାଗୁ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାସ୍ଥ୍ୟମନ୍ତ୍ରୀ କହିଥିଲେ। ଅନ୍ୟପଟେ ମୁଖ୍ୟମନ୍ତ୍ରୀ ପୁରୀବାସୀଙ୍କ ଦୀର୍ଘ ଦିନର ସ୍ୱପ୍ନ ପୂରଣ ହେଲା ବୋଲି କହିଛନ୍ତି।