ଭୁବନେଶ୍ୱର,ଏନ୍ଏନ୍ଏସ୍: ଆସନ୍ତା ସୋମବାରଠାରୁ ସାଧାରଣ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ରହିବ। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ନିଷ୍ପତ୍ତି ନିଆଯାଇଛି। ଜାନୁଆରୀ ୩୧ ପର୍ଯ୍ୟନ୍ତ ସାଧାରଣ ଭକ୍ତଙ୍କ ପାଇଁ ମନ୍ଦିର ବନ୍ଦ ରହିବ ବୋଲି ଜଣାପଡ଼ିଛି। ଛତିଶା ନିଯୋଗ ଓ ଶ୍ରୀମନ୍ଦିର ପ୍ରଶାସନ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏନେଇ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି।