ପ୍ରଧାନମନ୍ତ୍ରୀଙ୍କ ଜନ୍ମ ସପ୍ତାହ ଅବସରରେ ସିଲଭର ଗାନ୍ଧୀଙ୍କ ପଦଯାତ୍ରା: ସାମିଲ୍ ହେଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,ଏନ୍ଏନ୍ଏସ୍: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୦ତମ ଜନ୍ମ ଦିବସ ଅବସରରେ ସାରା ଦେଶ ସମେତ ଓଡିଶାରେ ମଧ୍ୟ ଜନ୍ମ ସପ୍ତାହ ପାଳନ ହେଉଛି। ଏହି ଜନ୍ମ ସପ୍ତାହ ଅବସରରେ ଆଜି ସିଲଭର ଗାନ୍ଧୀଙ୍କ ପଦଯାତ୍ରା ଅନୁଷ୍ଠିତ ହୋଇଥିଲା। ଏଥିରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ସାମିଲ ହୋଇଥିଲେ। ଏହି କାର୍ଯ୍ୟକ୍ରମରେ ସ୍ୱଚ୍ଛ ଭାରତ ଅଭିଯାନ ସମ୍ପର୍କରେ ଲୋକମାନଙ୍କୁ ସଚେତନ କରିଛନ୍ତି।

ସେହିପରି ପୂର୍ବରୁ ସିଲଭର ମହାତ୍ମା ଗାନ୍ଧୀ ସମଗ୍ର ଭାରତ ବର୍ଷରେ ସ୍ୱଚ୍ଛ ଭାରତ ମିଶନକୁ କାର୍ଯ୍ୟକାରୀ କରିବା ଉଦ୍ଦେଶ୍ୟରେ ୨୦୦୦ କି.ମି. ପଦଯାତ୍ରା କରି ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଠାରୁ ପୁରଷ୍କୃତ ହୋଇଥିଲେ। ତେବେ ବିଶ୍ୱରେ ଦେଖାଦେଇଥିବା ମହାମାରୀ ‘କୋଭିଡ୍-୧୯’ ଭଳି ଭୂତାଣୁ ଜନିତ ରୋଗକୁ ଖାତିର ନ କରି ବିଦ୍ୟାଳୟ, ମହାବିଦ୍ୟାଳୟ, ବିଭିନ୍ନ ଗ୍ରାମାଞ୍ଚଳ ସମେତ ସହରର ଗଳିକନ୍ଦି ତଥା ବସ୍ତିବାସିନ୍ଦାଙ୍କୁ ମାକ୍ସ ଏବଂ ସାନିଟାଇଜର କିଣି ବଣ୍ଟନ କରିଥିଲେ। ଏତଦ୍‌ବ୍ୟତୀତ ସହର-ବଜାରରେ ଫଳ ଦୋକାନ, ପରିବା ଦୋକାନ, ଗ୍ରୋସରୀ ଦୋକାନ ମାନଙ୍କରେ ଜନସାଧାରଣଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ଘଣ୍ଟ ବଜାଇ ସାମାଜିକ ଦୂରତା ରକ୍ଷା କରିବା ଏବଂ ମାକ୍ସ ବ୍ୟବହାର କରିବାକୁ ଅନୁରୋଧ କରିଥିଲେ ସିଲଭର ଗାନ୍ଧୀ।