Notice: Function _load_textdomain_just_in_time was called incorrectly. Translation loading for the really-simple-ssl domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131

Notice: Function _load_textdomain_just_in_time was called incorrectly. Translation loading for the publisher domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131
ପର୍ଯ୍ୟଟକମାନଙ୍କ ନିମନ୍ତେ ନଭେମ୍ବର ୧ରୁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ – Nitidin
Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

ପର୍ଯ୍ୟଟକମାନଙ୍କ ନିମନ୍ତେ ନଭେମ୍ବର ୧ରୁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ

ବାରିପଦା,ଏନ୍ଏନ୍ଏସ୍: କରୋନା କଟକଣା ମଧ୍ୟରେ ପ୍ରାକୃତିକ ସୌନ୍ଦର୍ଯ୍ୟର ଗନ୍ତାଘର ଶିମିଳିପାଳ ଅଭୟାରଣ୍ୟ ନଭେମ୍ବର ୧ରୁ ପର୍ଯ୍ୟଟକଙ୍କ ନିମନ୍ତେ ଖୋଲିବ। ଏନେଇ କ୍ଷେତ୍ର ନିର୍ଦ୍ଦେଶକ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ତଥା ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକଙ୍କ କାର୍ଯ୍ୟାଳୟ ପକ୍ଷରୁ ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଶିମିଳିପାଳ ଅଭୟାରଣ୍ୟ ମଧ୍ୟକୁ ପର୍ଯ୍ୟଟକମାନଙ୍କ ପ୍ରବେଶ ନିମନ୍ତେ ବାରିପଦା ଓ ଯଶୀପୁର ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ କାର୍ଯ୍ୟାଳୟରୁ ଅନୁମତି ମିଳିବ। ଏଥି ସହିତ ପ୍ରତ୍ୟେକ ଦିନ ପିଠାବଟା ରେଞ୍ଜର ଲୁଲୁଙ୍ଗ ଫାଟକ ଦେଇ ୨୫ଟି ଓ ଯଶୀପୁରର କାଳିଆଣି ଫାଟକ ମଧ୍ୟ ଦେଇ ୩୫ଟି ୪ ଚକିଆ ଯାନର କ୍ରମାନ୍ୱୟରେ ପ୍ରବେଶ ନିମନ୍ତେ ଅନୁମିତି ମିଳିବ। ଏନେଇ ପିଠାବଟା ଓ ଯଶିପୁର ବୁକିଂ କାଉଣ୍ଟରରେ ପୂର୍ବାହ୍ନ ୬ଟାରୁ ୯ଟା ପର୍ଯ୍ୟନ୍ତ ପ୍ରବେଶ ପତ୍ର ବଣ୍ଟନ କରାଯିବ।

କରୋନା ମାର୍ଗଦର୍ଶିକା ଅନୁପାଳନ ସହିତ ଅଭୟାରଣ୍ୟକୁ ସ୍ୱଚ୍ଛ ନିର୍ମଳ ରଖିବା ପାଇଁ ପର୍ଯ୍ୟଟକମାନେ ଭିତରକୁ ପ୍ଲାଷ୍ଟିକ ସାମଗ୍ରୀ, ମାଦକ ଦ୍ରବ୍ୟ, ଆମିଶ ଆଦି ନନେବା ସହିତ ମାସ୍କ ଓ ସାନିଟାଇଜର ବଧ୍ୟତାମୂଳକ କରାଯାଇଛି। ଏଥିସହ ସାମାଜିକ ଦୂରତାକୁ ଅନୁପାଳନ ତଥା ପ୍ରଚଳିତ ନିୟମାବଳୀ ଅନୁସାରେ ଫାଟକରେ ନାମା ଦାଖଲ କରିବେ ଏବଂ ଏହା ଉଲ୍ଲଙ୍ଘନ କଲେ ଆଇନ ଅନୁଯାୟୀ ଦଣ୍ଡିତ ହେବେ। ସେହିପରି ପ୍ରବେଶ ଓ ପ୍ରସ୍ଥାନ ବେଳେ ଫାଟକରେ ସେମାନଙ୍କର ଯାନ, ଜିନିଷପତ୍ର ଯାଞ୍ଚ ସହିତ ସେମାନଙ୍କୁ ସ୍କ୍ରିନିଂ କରାଯିବ। ଅପରାହ୍ନ ୩ଟା ପୂର୍ବରୁ ଯୋରନ୍ଦା ଓ ବରେହିପାଣି ଜଳପ୍ରପାତ ଏବଂ ୪ଟା ପୂର୍ବରୁ ଚହଲା ଛାଡ଼ିବାକୁ ହେବ। କୌଣସି କାରଣ ବଶତଃ ଅଭୟାରଣ୍ୟ ମଧ୍ୟରେ ଗାଡ଼ି ଖରାପ ହେଲେ ପର୍ଯ୍ୟଟକମାନଙ୍କୁ ବାରିପଦା ଓ ଯଶିପୁର ବସଷ୍ଟାଣ୍ଡକୁ ସ୍ଥାନାନ୍ତରିତ କରାଇବା ନିମନ୍ତେ ଅଗ୍ରିମ ଭାବେ ୪ ହଜାର ଟଙ୍କା ଜମା ଦେବାକୁ ହେବ। ଏଥି ନିମନ୍ତେ ଯାନ ଚାଳକ ପ୍ରସ୍ତୁତ ରହିବେ।

ଅଭୟାରଣ୍ୟ ମଧ୍ୟକୁ ପର୍ଯ୍ୟଟକମାନଙ୍କୁ ନେଇଯାଇଥିବା ଯାନ ବଳବତ୍ତର ରହିଥିବା ନିୟମାବଳୀକୁ ଯଦି ଦ୍ୱିତୀୟ ଥର ଉଲ୍ଲଙ୍ଘନ କରୁଥିବେ ତେବେ ତାଙ୍କୁ ପରବର୍ତ୍ତୀ ସମୟରେ ପ୍ରବେଶ ଅନୁମତି ମିଳିବ ନାହିଁ। ଚଳିତ ବର୍ଷ ଅଭୟାରଣ୍ୟ ମଧ୍ୟରେ ପର୍ଯ୍ୟଟକମାନଙ୍କର ରାତ୍ରି ରହଣି ନିମନ୍ତେ ବଫର ଏରିଆର ଜାମୁଆଣି, କୁମାରୀ, ରାମତୀର୍ଥ, ଗୁଡ଼ଗୁଡ଼ିଆ ଆଦି ବିଭିନ୍ନ ସ୍ଥାନରେ ସ୍ୱତନ୍ତ୍ର ବ୍ୟବସ୍ଥା ଯୋଗାଇ ଦିଆ ଯାଉଥିବା ବେଳେ କୁଆଁରୀଗାଁ ନିକଟରେ ବାଉଁଶରେ ନିର୍ମିତ କଟେଜର ବ୍ୟବସ୍ଥା କରାଯାଇଅଛି। ଏଥି ନିମନ୍ତେ ପର୍ଯ୍ୟଟକମାନଙ୍କୁ ୱେବସାଇଟ www.ecotourodisha.comରେ ଅଗ୍ରିମ ଆରକ୍ଷଣ କରାଇବାକୁ ପଡ଼ିବ।

ଭ୍ରମଣ ପାଇଁ ଶିମିଳିପାଳ ଅଭୟାରଣ୍ୟ ଖୋଲିବାର ନିଷ୍ପତ୍ତିକୁ ମଝିରେ ମଝିରେ ଶିମିଳିପାଳ କର୍ତ୍ତୃପକ୍ଷଙ୍କ ଦ୍ୱାରା ତଦାରଖ କରାଯିବ ଓ ପାରିପାର୍ଶ୍ବିକ ଅବସ୍ଥାକୁ ନଜରକୁ ନେଇ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ ବୋଲି ସୂଚନା ଦିଆଯାଇଛି। ପୁଣି ଅଭୟାରଣ୍ୟକୁ ପ୍ରବେଶ ସମୟରେ ପର୍ଯ୍ୟଟକମାନେ ପ୍ରତ୍ୟେକ ଯାନରେ ଜଣେ ଲେଖାଏଁ ଗାଇଡ଼କୁ ସାଥିରେ ନେବା ବାଧ୍ୟତାମୂଳକ ବୋଲି କ୍ଷେତ୍ର ନିର୍ଦ୍ଦେଶକ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ତଥା ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକଙ୍କ କାର୍ଯ୍ୟାଳୟ ପକ୍ଷରୁ ଆଜି ବିଧିବଦ୍ଧ ଭାବେ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି।