ହୀରାକୁଦ ଡ୍ୟାମ୍‌ରେ ଖୋଲିଲା ଆଉ ୬ଟି ଗେଟ୍‌, ମୋଟ ୨୦ଟି ଗେଟ୍ ଦେଇ ହେଉଛି ଜଳ ନିଷ୍କାସନ

ସମ୍ବଲପୁର,ଏନ୍ଏନ୍ଏସ୍: ସମ୍ବଲପୁର ହୀରାକୁଦ ଜଳଭଣ୍ଡାରର ଆଉ ୬ଟି ଗେଟ ଖୋଲିଲା । ଏବେ ମୋଟ ୨୦ଟି ଗେଟ୍ ଦେଇ ଜଳଭଣ୍ଡାରରୁ ଜଳ ନିଷ୍କାସନ ଜାରି ରହିଛି । ଡ୍ୟାମକୁ ୩,୭୭,୩୧୭ କ୍ୟୁସେକ୍ ଜଳ ପ୍ରବେଶ କରୁଛି । ସେହିପରି ଡ୍ୟାମରୁ ୩,୩୦,୮୯୯ କ୍ୟୁସେକ ଜଳ ନିଷ୍କାସନ ହେଉଛି ।

ଆସନ୍ତାକାଲି ମୁଣ୍ଡଳୀ ଠାରେ ଅଧିକ ଜଳ ପ୍ରବାହିତ ହେବ । ବୈତରଣୀ ନଦୀର ଜଳସ୍ତର ଆଖୁଆପଦା ନିକଟରେ ବଢୁଛି । ସେହିପରି ବିପଦ ସଙ୍କେତ ଉପରେ ରହିଛି ଜଳକା ନଦୀର ଜଳସ୍ତର ।

ରାଜ୍ୟରେ ଲଗାଣ ବର୍ଷା ଲାଗିରହିଥିବା ବେଳେ ଉପରମୁଣ୍ଡରେ ବର୍ଷା ଯୋଗୁଁ ଜଳସ୍ତର ଅଧିକ ବୃଦ୍ଧି ପାଉଛି । ନଦୀର ଉପର ମୁଣ୍ଡ ମୟୂରଭଞ୍ଜ ଜିଲ୍ଲାର ସୁଳିଆପଦା, ମୋରଡା, ତିତ୍ରଡା, ରାସଗୋବିନ୍ଦପୁର ଅଞ୍ଚଳରେ ବର୍ଷା କାରଣରୁ ଜଳସ୍ତର ବଢିବାରେ ଲାଗିଛି ।