ବନ୍ୟା ପାଇଁ ଆର୍ଲଟରେ ଜଳସମ୍ପଦ ବିଭାଗ, ୮ ଜିଲ୍ଲା ପାଇଁ ୬ ଅଧିକାରୀଙ୍କୁ ଦାୟିତ୍ୱ

ଭୁବନେଶ୍ବର,ଏନ୍ଏନ୍ଏସ୍: ଲଘୁଚାପ ଯୋଗୁଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଛି। ବର୍ଷା ଯୋଗୁଁ ରାଜ୍ୟର ବିଭିନ୍ନ ତଳି ଅଞ୍ଚଳରେ ବର୍ଷା ଜଳ ପ୍ରବେଶ କରିଛି। ଏହା ସହ ରାଜ୍ୟର ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ତେଣୁ ମହାନଦୀ ଅବବାହିକାରେ ଛୋଟ ଧରଣର ବନ୍ୟା ଆଶଙ୍କା ରହିଛି। ଏନେଇ ଆକ୍ସନ ମୋଡ଼କୁ ଆସିଛି ଜଳ ସମ୍ପଦ ବିଭାଗ। ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ କରିବା ସହ ୮ ଜିଲ୍ଲା ପାଇଁ ୬ ଅଧିକାରୀଙ୍କୁ ସ୍ୱତନ୍ତ୍ର ଦାୟିତ୍ୱ ଦିଆଯାଇଛି।

ବର୍ତ୍ତମାନ ହୀରାକୁଦର ୩୪ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ ହେଉଛି। ପୁରୀ ପାଇଁ ଇଞ୍ଜିନିୟର ଚିନ୍ମୟ ରଞ୍ଜନ ରାଉତ, ଜଗତସିଂହପୁର ଦାୟିତ୍ବରେ ଇଞ୍ଜିନିୟର ବିଜୟ କୁମାର ସାମଲ, କଟକ ଦାୟିତ୍ବରେ ଇଞ୍ଜିନିୟର ବଳେଶ୍ବର ନାଥ ସାହୁଙ୍କୁ ଦାୟିତ୍ୱ ଦିଆଯାଇଛି। ସେହିପରି କେନ୍ଦ୍ରାପଡ଼ା ଦାୟିତ୍ବରେ ଇଞ୍ଜିନିୟର ପୂର୍ଣ୍ଣଚନ୍ଦ୍ର ରଥ, ଯାଜପୁର ଓ ଭଦ୍ରକ ଦାୟିତ୍ବରେ ଇଞ୍ଜିନିୟର ଧନେଶ୍ବର ସାମଲ, ଖୋର୍ଦ୍ଧା ଓ ନୟାଗଡ଼ ଦାୟିତ୍ବରେ ବିଘ୍ନରାଜ ପୁରୋହିତ ରହିଛନ୍ତି।

ଏହି ସମସ୍ତ ଅଧିକାରୀ ନିର୍ଦ୍ଧାରିତ ଜିଲ୍ଲାକୁ ଯାଇ ସ୍ଥିତି ଉପରେ ନଜର ରଖିବେ। ଜିଲ୍ଲାସ୍ତରର ଅଧିକାରୀଙ୍କ ସହ ସମନ୍ଵୟ ରଖି ଆବଶ୍ୟକତା ଅନୁସାରେ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି।