ମାଲକାନଗିରିରେ ମୁଖ୍ୟମନ୍ତ୍ରୀ: ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍ଥ କାର୍ଡ ବାଣ୍ଟିଲେ

ମାଲକାନଗିରି,ଏନ୍ଏନ୍ଏସ୍: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଲକାନଗିରି ଗସ୍ତରେ ଆସି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡର ଶୁଭାରମ୍ଭ କରିଛନ୍ତି। ସେ ହିତାଧିକାରୀଙ୍କୁ ସ୍ମାର୍ଟ ହେଲ୍ଥ କାର୍ଡର ବଣ୍ଟନ କରିଛନ୍ତି। ସ୍ଥାନୀୟ ସଂସ୍କୃତି ଭବନରେ ଏଥିଲାଗି ଏକ ସ୍ୱତନ୍ତ୍ର ଉତ୍ସବର ଆୟୋଜନ କରାଯାଇଛି। ଏଥିରେ ମୁଖ୍ୟମନ୍ତ୍ରୀଙ୍କ ସହ ୫-ଟି ସଚିବ ଭିକେ ପାଣ୍ଡିଆନ୍ ଓ ସ୍ୱାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ ପ୍ରମୁଖ ଯୋଗଦେଇଛନ୍ତି।

ଏହାପରେ ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ମନ୍ତ୍ରୀମାନେ ମାଲକାନଗିରିରେ ରହି ସ୍ମାର୍ଟ କାର୍ଡ ବଣ୍ଟନ କରିବେ। ସରକାରୀ ଅଧିକାରୀମାନେ ମଧ୍ୟ କିଏ କେଉଁ ଜାଗାରେ ରହିବେ ତାର ତାଲିକା ପ୍ରସ୍ତୁତ କରାଯାଇଛି। ମାଲକାନଗିରି ଜିଲ୍ଲାରେ ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ ସାହୁ, ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, ସ୍ୱାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ, ପଦ୍ମନାଭ ବେହେରା, ଜଗନ୍ନାଥ ସାରକା, ପଦ୍ମିନୀ ଦିଆନ, ତୁଷାର କାନ୍ତି ବେହେରା ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ହୋଇଥିଲେ।