କରୋନାକୁ ମାତ ଦେଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ: କେନ୍ଦ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ସ୍ମୃତି ଇରାନୀ କରୋନାକୁ ମାତ ଦେଇଛନ୍ତି। ଏନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ପ୍ରଦାନ କରିଛନ୍ତି। ଟ୍ୱିଟ୍ ଜରିଆରେ ସେ ତାଙ୍କର ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସ୍ମୃତି ଅକ୍ଟୋବର ୨୮ ତାରିଖରେ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ।