ସୋନିଆ ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ: ପୂର୍ବତନ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ।ଜ୍ଜ୍ୱର ଆସିବା ଯୋଗୁ ସୋନିଆଙ୍କୁ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ନେଇ ସୂଚନା ମିଳିଛି । ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ନେଇ ହସ୍ପିଟାଲ ପକ୍ଷରୁ କୁହାଯାଇଛି ।

ସୂଚନାଯୋଗ୍ୟ, ସୋନିଆ ଗାନ୍ଧୀ ଫୁସଫୁସ ସମ୍ବନ୍ଧୀୟ ରୋଗରେ ପୀଡ଼ିତ । ଶ୍ୱାସକ୍ରିୟାରେ ସମସ୍ୟା ଦେଖାଦେଉଥିବାରୁ ଜାନୁଆରୀ ୪ ତାରିଖରେ ମଧ୍ୟ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେତେବେଳେ ସୋନିଆ ରୁଟିନ ଚେକଅପ ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ଭାରତ ଯୋଡ଼ୋ ଯାତ୍ରାରେ ସାମିଲ ହେବା କାରଣରୁ ସୋନିଆଙ୍କୁ ଶ୍ୱାସକ୍ରିୟାଜନିତ ସମସ୍ୟାର ସାମ୍ନା କରିବାକୁ ପଡ଼ିଥିଲା । ଆଉ ଜାନୁଆରୀ ୧୦ରେ ହସ୍ପିଟାଲରୁ ଡିସଚାର୍ଜ ହୋଇଥିଲେ ।