ସ୍ୱତନ୍ତ୍ର କୋଭିଡ୍‍ ହସ୍ପିଟାଲ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ପ୍ରସ୍ତାବ

ଭୁବନେଶ୍ୱର,ଏନ୍ଏନ୍ଏସ୍ : ରାଜ୍ୟରେ କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ନିମନ୍ତେ ଓ ସଂକ୍ରମିତ ରୋଗୀଙ୍କ ଚିକିତ୍ସା ପାଇଁ ଏକ ସ୍ୱତନ୍ତ୍ର କୋଭିଡ୍‍ ହସ୍ପିଟାଲ ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଇଛନ୍ତି । ସେ କହିଛନ୍ତି, ରାଜ୍ୟରେ କରୋନା ସଂକ୍ରମଣ ନିୟନ୍ତ୍ରଣରେ ରହିଥିବା ବେଳେ ଭବିଷ୍ୟତକୁ ଦୃଷ୍ଟିରେ ରଖି ଅଧିକ କରୋନା ସଂକ୍ରମିତଙ୍କୁ ଚିକିତ୍ସା ସୁବିଧା ଯୋଗାଇଦେବା ପାଇଁ ଏକ ସ୍ୱତନ୍ତ୍ର କୋଭିଡ୍‍ ହସ୍‍ପିଟାଲ୍‍ ସ୍ଥାପନ କରିବା ଆବଶ୍ୟକ ରହିଛି । ଭୁବନେଶ୍ୱରର ଜୟଦେବ ବିହାର ନିକଟରେ ସମସ୍ତ ସୁବିଧା ଥିବା ସତ୍ୱେ ବନ୍ଦ ରହିଥିବା ଏକ ବହୁତଳ କୋଠାକୁ କୋଭିଡ୍‍ ହସ୍ପିଟାଲରେ ପରିଣତ କରାଯାଇ ପାରିବ ବୋଲି ମନ୍ତ୍ରୀ ପ୍ରସ୍ତାବ ଦେଇଛନ୍ତି । ସଂକ୍ରମିତ ରୋଗୀଙ୍କୁ ଚିକିତ୍ସା ଯୋଗାଇଦେବାରେ ଏହା ସହାୟକ ହୋଇପାରିବ ବୋଲି ସେ କହିଛନ୍ତି ।