ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ସୃଷ୍ଟି ହୋଇଥିବା ବନ୍ୟା ସ୍ଥିତି ନେଇ ଏସଆରସି ପ୍ରଦୀପ ଜେନା ବିଶେଷ ସୂଚନା ଦେଇଛନ୍ତି । ଏସଆରସି କହିଛନ୍ତି ଯେ, ଆଗାମୀ ୪୮ ଘଣ୍ଟା ସମସ୍ତଙ୍କ ପାଇଁ ବେଶ ଗୁରୁତ୍ୱପୂର୍ଣ୍ଣ । ଆଜି ସଂଧ୍ୟାରେ ମୁଣ୍ଡୁଳିରେ ସର୍ବାଧିକ ବନ୍ୟା ଜଳ ପ୍ରବାହିତ ହେବ । ପୁରୀ, ଖୋର୍ଦ୍ଧା, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ସର୍ବାଧିକ ଜଳ ପ୍ରଭାବିତ ହେବ । ବ୍ୟାକ୍ ୱାଟର ଯୋଗୁ କିଛି ଜାଗାରେ ପାଣି ପଶିଛି । ଆବଶ୍ୟକ ଅନୁସାରେ ଲୋକଙ୍କୁ ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଲୋକଙ୍କୁ ସ୍ଥାନାନ୍ତର ସହ ରନ୍ଧା ଖାଦ୍ୟ ମଧ୍ୟ ଦିଆଯିବ । ଏନେଇ ସମୀକ୍ଷା ବୈଠକରେ ଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଆବଶ୍ୟକ ଅନୁସାରେ ସ୍କୁଲ ବନ୍ଦ କରାଯିବ । ଆବଶ୍ୟକ ଅନୁସାରେ ଜିଲ୍ଲାପାଳ କର୍ମଚାରୀଙ୍କ ଛୁଟି ବାତିଲ କରିପାରିବେ । ନଦୀ ବନ୍ଧ ପ୍ରତି ନଜର ରଖିବାକୁ ଜଳ ସମ୍ପଦ ବିଭାଗ ପ୍ରସ୍ତୁତ ରହିଛି।