ବଢୁଛି ସଂକ୍ରମଣ, ଫିଲ୍ମ, ସିରିଏଲ ସୁଟିଂ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଲେ ଏସଆରସି

ଭୁବନେଶ୍ୱର,ଏନ୍ଏନ୍ଏସ୍: କରୋନାର ଦ୍ରୁତ ସଂକ୍ରମଣ ହେତୁ ଫିଲ୍ମ ଓ ସିରିଏଲ ସୁଟିଂ ବନ୍ଦ ରଖିବାକୁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଇନଡୋର ଓ ଆଉଟଡୋର ସୁଟିଂ ବନ୍ଦ ରଖିବାକୁ କୁହାଯାଇଛି।

ସୂଚନାଯୋଗ୍ୟ ଯେ, ବର୍ତ୍ତମାନ ରାଜ୍ୟରେ କରୋନା ସ୍ଥିତି ସଙ୍ଗୀନ। ଦୈନିକ ୧୦ ହଜାର ପାର୍ ହେଉଛି ସଂକ୍ରମଣ। ସେହିଭଳି ମୃତ୍ୟୁ ସଂଖ୍ୟାରେ ବି କୌଣସି ବ୍ରେକ ଲାଗୁନି। ବଢୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି।