କାଳବୈଶାଖୀ ଲାଗି ବିଭିନ୍ନ ଜିଲ୍ଲାଗୁଡିକୁ ସତର୍କ ସୂଚନା ଜାରି କଲେ ଏସଆରସି

ଭୁବନେଶ୍ୱର,ଏନ୍ଏନ୍ଏସ୍: କାଳବୈଶାଖୀ ପାଇଁ ଆସନ୍ତା ୪ ଦିନ ବର୍ଷା ଓ ପବନ ଆଶଙ୍କା ରହିଥିବାରୁ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଚିଠି ମାଧ୍ୟମରେ ସ୍ୱତନ୍ତ୍ର ରିଲିଫ କମିସନର ସତର୍କ କରାଇଛନ୍ତି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆସନ୍ତାକାଲି ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ଗଜପତି, ସମ୍ବଲପୁର, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଥିବାରୁ ଉକ୍ତ ଜିଲ୍ଲାକୁ ୟେଲ୍ଲୋ ୱାର୍ଣ୍ଣିଂ ଜାରି ହୋଇଛି।

ସେହିପରି ଆସନ୍ତାକାଲି ଅର୍ଥାତ ୮ ତାରିଖରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, ଅନୁଗୁଳ, ଢେଙ୍କାନାଳ, ସୋନପୁର, ସମ୍ବଲପୁର, ବୌଦ୍ଧ, କନ୍ଧମାଳ, ଗଜପତି, ରାୟଗଡ଼ା ଓ କୋରାପୁଟ ଆଦି ଜିଲ୍ଲାରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସହ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ଏନେଇ ଉକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସମ୍ଭାବ୍ୟ ପରିସ୍ଥିତି ପାଇଁ ସଜାଗ ରହିବା ଲାଗି ଏସଆରସି ପରାମର୍ଶ ଦେଇଛନ୍ତି।