ନୂଆଦିଲ୍ଲୀ,ଏଜେନ୍ସି: ୪ ଦିନିଆ ଭାରତ ଗସ୍ତରେ ଆସିଥିବା ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ ମହିନ୍ଦା ରାଜାପାକ୍ସାଙ୍କୁ ଭେଟିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମହିନ୍ଦାଙ୍କୁ ସ୍ୱାଗତ ପାଇଁ ବିଶେଷ ଆୟୋଜନ କରାଯାଇଥିଲା । ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ରିସେପ୍ସନାଲ ସେରିମୋନିରେ ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ ମହିନ୍ଦା ରାଜାପାକ୍ସା ଯୋଗଦେଇଥିଲେ । ସେଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଉପସ୍ଥିତ ଥିଲେ ।
ଦିଲ୍ଲୀ ସ୍ଥିତ ହାଇଦ୍ରାବାଦ ଭବନରେ ମୋଦିଙ୍କୁ ସାକ୍ଷାତ କରିଛନ୍ତି ମହିନ୍ଦା । ଏହାସହ ରାଜଘାଟ୍ ଯାଇ ଜାତିର ପିତା ମହାତ୍ମା ଗାନ୍ଧିଙ୍କ ସ୍ମୃତି ପିଠରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।ଖାଲି ସେତିକି ନୁହେଁ ଚାରି ଦିନିଆ ଭାରତ ଗସ୍ତରେ ଆସିଥିବା ମହିନ୍ଦା ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍ ଜୟଶଙ୍କରଙ୍କୁ ମଧ୍ୟ ଭେଟିଛନ୍ତି । ପରେ ଉଭୟ ଦେଶ ଡେଲିଗେଟ୍ ଟିମ୍ ହାଇଦ୍ରାବାଦ ଭବନରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି ।