ରାଜ୍ୟପାଳଙ୍କ ଧର୍ମପତ୍ନୀଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ

ଭୁବନେଶ୍ୱର,ଏନ୍ଏନ୍ଏସ୍: ମହାମହିମ ରାଜ୍ୟପାଳଙ୍କ ଧର୍ମପତ୍ନୀ ସୁଶୀଳା ଦେବୀଙ୍କ ଅକାଳ ବିୟୋଗରେ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି ଏବଂ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ଗଭୀର ଶୋକ ପ୍ରକାଶ କରିବା ସହ ସ୍ୱର୍ଗତଃ ଆତ୍ମାର ସଦଗତି କାମନା କରିଛନ୍ତି।

ସ୍ୱର୍ଗତାଃ ଦେବୀ ଜଣେ ଧର୍ମ ପରାୟଣା, ମିଷ୍ଟଭାଷୀ ଏବଂ ଅତ୍ୟନ୍ତ ପରପୋକାରୀ ଥିଲେ। ସମାଜସେବା କ୍ଷେତ୍ରରେ ତାଙ୍କ ଅବଦାନ ଅତୁଳନୀୟ। ସ୍ୱର୍ଗତାଃ ଦେବୀଙ୍କ ବିୟୋଗରେ ଶ୍ରୀ ମହାନ୍ତି ଏବଂ ଶ୍ରୀ ନାଏକ ଅତ୍ୟନ୍ତ ମର୍ମାହତ ବୋଲି କହିବା ସହ ଗଭୀର ସମବେଦନା ଜଣାଇଛନ୍ତି। ଏହି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସାହସ ଓ ଧୈର୍ଯ୍ୟ ପ୍ରଦାନ କରିବା ସହ ଅମର ଆତ୍ମାର ସଦଗତି ନିମନ୍ତେ ପ୍ରଭୃ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି।