Notice: Function _load_textdomain_just_in_time was called incorrectly. Translation loading for the really-simple-ssl domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131

Notice: Function _load_textdomain_just_in_time was called incorrectly. Translation loading for the publisher domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131
ରାଜ୍ୟ ବଜେଟ: କୃଷି ପାଇଁ ୨୪ ହଜାର ୮୨୯ କୋଟି ଟଙ୍କା – Nitidin
Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

ରାଜ୍ୟ ବଜେଟ: କୃଷି ପାଇଁ ୨୪ ହଜାର ୮୨୯ କୋଟି ଟଙ୍କା

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଆଜି ବିଧାନସଭାରେ ରାଜ୍ୟର ସାଧାରଣ ବଜେଟ ଉପସ୍ଥାପନ କରିଛନ୍ତି । ବିପର୍ଯ୍ୟୟ ମୁକାବିଲା ପାଇଁ ଓଡ଼ିଶା ଜାତିସଂଘ ଦ୍ୱାରା ପ୍ରଶଂସିତ କୃଷି ପାଇଁ ବଜେଟରେ ୨୪ ହଜାର ୮୨୯ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି । ଏଥିରେ ଧାନ ସଂଗ୍ରହ କାର୍ଯ୍ୟକ୍ରମ ପାଇଁ ୨ ହଜାର କୋଟି ଟଙ୍କାର ରିଭଲିଂ ଫଣ୍ଡ,କାଳିଆ ସହାୟତା ପାଇଁ ୧୮୭୯ କୋଟି ଟଙ୍କା, ଓୟୁଏଟିରେ କୃଷି ଗବେଷଣା ପାଇଁ ୧୬୬ କୋଟି ଟଙ୍କା, ଉଦ୍ୟାନ କୃଷିର ବିକାଶ ପାଇଁ ୩୮୧ କୋଟି ଟଙ୍କା ସାମିଲ ରହିଛି । ସେହିପରି କୃଷି କ୍ଷେତ୍ରରେ ମହିଳା ଏସଏଚଜିଙ୍କୁ ପ୍ରୋତ୍ସାହନ ପାଇଁ ସ୍ୱତନ୍ତ୍ର ବ୍ୟୟବରାଦ ଲାଗି ୫ ବର୍ଷରେ ୩୬୭ କୋଟି ଟଙ୍କା ଏବଂ ଛତୁ ଓ ଫୁଲ ଚାଷ ମିଶନ ପାଇଁ ୧୦୦ କୋଟି ଟଙ୍କା ଖର୍ଚ୍ଚ ହେବ । ୮୫୪ କୋଟି ଟଙ୍କା ବ୍ୟୟରେ ନଦୀ ଉପରେ ଚଳିତ ବର୍ଷ ଆଉ ୧୬ଟି ଇନଷ୍ଟ୍ରିମ ଷ୍ଟୋରେଜ ପ୍ରକଳ୍ପ ହେବ । ପାର୍ବତୀ ଗିରି ବୃହତ ଉଠା ଜଳସେଚନ ପ୍ରକଳ୍ପ ପାଇଁ ୫ ଶହ କୋଟି ଟଙ୍କା ବ୍ୟୟ ହେବ । ୨୦୨୫-୨୬ ସୁଦ୍ଧା ଅତିରିକ୍ତ ୧ ଲକ୍ଷ ଗଭୀର ନଳକୂପ ପାଇଁ ୪୧୯୮ କୋଟି ଟଙ୍କା, ବିଜୁ କୃଷକ ବିକାଶ ଯୋଜନାରେ ୧୫ଶହ କୋଟି ଟଙ୍କା, ଉଠା ଜଳସେଚନ ପ୍ରକଳ୍ପ ପାଇଁ ୪ ଶହ କୋଟି ଟଙ୍କା, ଅଚଳ ଉଠାଜଳସେଚନ ପ୍ରକଳ୍ପ ପୁନରୁଦ୍ଧାର ପାଇଁ ୧୯୧ କୋଟି ଟଙ୍କା ଖର୍ଚ୍ଚ ହେବ । ଆଉ ୪୫୦ଟି ଚେକ୍ ଡ୍ୟାମ୍ ନିର୍ମାଣ ପାଇଁ ୧୮୧ କୋଟି ଟଙ୍କା, ଲୁଣା ବନ୍ଧ ସୁଦୃଢ଼ୀକରଣ ପାଇଁ ବଜେଟରେ ୯୬୧ କୋଟି ଟଙ୍କା, କାଳିଆ ଯୋଜନାରେ ଚାଷୀ ଋଣ ସୁଧ ରିହାତି ପାଇଁ ୮୩୬ କୋଟି ଟଙ୍କା, ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ପ୍ରାପ୍ୟ ପ୍ରଦାନ ପାଇଁ ୬ଶହ କୋଟି ଟଙ୍କା ଓ ମିଲେଟ ମିଶନ ପାଇଁ ୪୯୭ କୋଟି ଟଙ୍କାର ବ୍ୟୟବରାଦ ହୋଇଛି । ଏଥିସହିତ ଶିକ୍ଷା କ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ପୁରସ୍କାର ପାଇଁ ୧୩୯ କୋଟି ଟଙ୍କା, ମୁଖ୍ୟମନ୍ତ୍ରୀ ଜନଜାତି ଜୀବିକା ମିଶନ ପାଇଁ ୧୨୦ କୋଟି ଟଙ୍କା, ମୁଖ୍ୟମନ୍ତ୍ରୀ କେନ୍ଦୁପତ୍ର କଲ୍ୟାଣ ପାଣ୍ଠି ପାଇଁ ୫୦ କୋଟି ଟଙ୍କା ଓ ମୁଖ୍ୟମନ୍ତ୍ରୀ ପାୱାର ଡେଭଲପମେଣ୍ଟ ପ୍ରୋଗ୍ରାମ ପାଇଁ ୧୪୪୬ କୋଟିି ଟଙ୍କା ଖର୍ଚ୍ଚ ହେବ ।