ଭୁବେନଶ୍ୱର, ଏନ୍ଏନ୍ଏସ୍: ରାଜ୍ୟର ସାଂପ୍ରତିକ ରାଜେନୌତିକ ଓ ସାମାଜିକ ପ୍ରସଙ୍ଗକୁ ନେଇ ଆସନ୍ତା ୨୨ ତାରିଖରେ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ । ସେଥିପାଇଁ ଗୁରୁତ୍ୱପୂର୍ଣ୍ଣ ରାଜ୍ୟ ପଦାଧିକାରୀ, ଜିଲ୍ଲା ସଭାପତି ଓ ପ୍ରଭାରୀ ବୈଠକ ଆସନ୍ତାକାଲି ଅର୍ଥାତ ୨୧ ତାରିଖ ଅପରାହ୍ନରେ ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ହେବ । ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ସମସ୍ତ କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ, ରାଜ୍ୟ ପ୍ରଭାରୀ ଶ୍ରୀମତୀ ଡି.ପୁରେନ୍ଦଶ୍ୱରୀ, ସମସ୍ତ ସାଂସଦ ଓ ବିଧାୟକ, ରାଷ୍ଟ୍ରୀୟ ପଦାଧିକାରୀ, ରାଜ୍ୟ ପଦାଧିକାରୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ଜିଲ୍ଲା ସଭାପତି, ଜିଲ୍ଲା ପ୍ରଭାରୀ ଓ ବିଭିନ୍ନ ମୋର୍ଚ୍ଚାର ସଭାପତିମାନେ ଯୋଗ ଦେବେ । ୨୨ ତାରିଖରେ ହେବାକୁ ଥିବା ଏହି କାର୍ଯ୍ୟକାରିଣୀ ବୈଠକ ଭୁବେନଶ୍ୱରର ହୋଟେଲ ପଦ୍ମଜା ପ୍ରିମିୟମ, ଚନ୍ଦ୍ରଶେଖରପୁରରେ ଅନୁଷ୍ଠିତ ହେବ ବୋଲି ରାଜ୍ୟ ସାଧାରଣ ସଂପାଦକ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି ।