କଳାହାଣ୍ଡି: ମାଓବାଦୀଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ପ୍ରାଣ ହରାଇଥିବା ମୃତ ସାମ୍ବାଦିକଙ୍କ ପରିବାରକୁ ୧୩ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ମିଳିବ । ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି ।
ସୂଚନାଯୋଗ୍ୟ, ଉକ୍ତ ମାଓ ବିସ୍ଫୋରଣରେ ସାମ୍ବାଦିକ ରୋହିତ ବିଶ୍ୱାଳଙ୍କର ମୃତ୍ୟୁ ଘଟିଥିଲା । ରୋହିତ ଦୈନିକ ଖବରକାଗଜ ଧରିତ୍ରୀରେ କାର୍ଯ୍ୟରତ ଥିଲେ । ସେ ମାଓ ପୋଷ୍ଟର ଲାଗିଥିବା ନେଇ ଖବର ସଂଗ୍ରହ କରିବା ପାଇଁ ଯାଇଥିଲେ ।