କେନ୍ଦ୍ର ଏମ୍ଏସ୍ଏମ୍ଇ ସଚିବଙ୍କୁ ଭେଟିଲେ ରାଜ୍ୟ ସଚିବ, ଆଉ ଏକ ଶିଳ୍ପାଞ୍ଚଳ କ୍ଲଷ୍ଟର ପାଇଁ ଦାବି

ଭୁବନେଶ୍ୱର,ଏନ୍ଏନ୍ଏସ୍: କେନ୍ଦ୍ର ସରକାରଙ୍କ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ସଚିବ ବିଦ୍ୟୁତ ବିହାରୀ ସ୍ୱାଇଁଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ରାଜ୍ୟ ଏମ୍ଏସ୍ଏମ୍ଇ ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁ। ନୂଆଦିଲ୍ଲୀରେ ଏହି ସୌଜନ୍ୟମୂଳକ ସାକ୍ଷାତ କରି ରାଜ୍ୟ ଏମ୍ଏସ୍ଏମ୍ଇ କାର୍ଯ୍ୟକ୍ରମ ସଂପର୍କରେ ଅବଗତ କରିଛନ୍ତି ରାଜ୍ୟ ଏମ୍ଏସ୍ଏମ୍ଇ ପ୍ରମୁଖ ଶାସନ ସଚିବ।

ଓଡ଼ିଶାରେ ସ୍ପୁର୍ତ୍ତୀ ଯୋଜନା ଅଧୀନରେ ଆଉ ଏକ ଶିଳ୍ପାଞ୍ଚଳ କ୍ଲଷ୍ଟର ସ୍ଥାପନ ପାଇଁ ରାଜ୍ୟ ଏମ୍ଏସ୍ଏମ୍ଇ ସଚିବ ଅନୁରୋଧ କରିଛନ୍ତି। ସେହିପରି ଏହି କ୍ଷେତ୍ରରେ ବ୍ୟାଙ୍କ ଅର୍ଥ ଲଗାଣ ପରିମାଣ ବୃଦ୍ଧି, ପିଏମ୍‌ଇଜିପି ପାଇଁ ଅଧିକ ଅର୍ଥ ଆବଣ୍ଟନ କରିବାକୁ ଏବଂ ଶିଳ୍ପାଞ୍ଚଳଗୁଡ଼ିକରେ ଭିତ୍ତିଭୂମି ବିକାଶ କରିବାକୁ ସେ ଦାବି କରିଛନ୍ତି। ଏହା ଏକ ସୌଜନ୍ୟମୂଳକ ସାକ୍ଷାତ ହୋଇଥିଲେ ହେଁ କେନ୍ଦ୍ର ସଚିବ ଏମ୍‌ଏସ୍‌ଏମ୍‌ଇ କ୍ଷେତ୍ରରେ ଓଡ଼ିଶା ପ୍ରତି ଯଥେଷ୍ଟ ଗୁରୁତ୍ୱ ପ୍ରଦାନ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।