Notice: Function _load_textdomain_just_in_time was called incorrectly. Translation loading for the really-simple-ssl domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131

Notice: Function _load_textdomain_just_in_time was called incorrectly. Translation loading for the publisher domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131
ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ବିମାନ ବନ୍ଦରରେ କଡ଼ା ସୁରକ୍ଷା – Nitidin
Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ବିମାନ ବନ୍ଦରରେ କଡ଼ା ସୁରକ୍ଷା

ଝାରସୁଗୁଡ଼ା,ଏନ୍ଏନ୍ଏସ୍: ରାଷ୍ଟ୍ରପତି ରାମନାଥ କୋବିନ୍ଦ ରାଉରକେଲାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ରବିବାର ଝାରସୁଗୁଡ଼ା ପହଞ୍ଚିିବେ। ପରେ ଝାରସୁଗୁଡ଼ା ବିମାନ ବନ୍ଦରରୁ ହେଲିକେପ୍ଟର ଯୋଗେ ରାଉରକେଲା ଯିବେ। ଝାରସୁଗୁଡ଼ା ବିମାନ ବନ୍ଦରକୁ ରାଷ୍ଟ୍ରପତିଙ୍କ ପ୍ରଥମ ଗସ୍ତ ରହିଥିବାରୁ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ପୁଲିସ ପକ୍ଷରୁ ବିମାନ ବନ୍ଦରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ରାଷ୍ଟ୍ରପତିଙ୍କ ସୁରକ୍ଷା ଦାୟିତ୍ୱରେ ଥିବା ଏସଓଜି ଝାରସୁଗୁଡ଼ା ପହଞ୍ଚି ସାରିଥିବାବେଳେ ଜିଲ୍ଲା ପୁଲିସ ମଧ୍ୟ ସ୭ ପ୍ଲାଟୁନ ଫୋର୍ସ, ୨ଜଣ ଡିଏସପି ଓ ୩୨ଜଣ ଆଇଆଇସି ବିମାନ ବନ୍ଦରରେ ମୁତୟନ କରିଛି।

ସୂଚନାଯୋଗ୍ୟ, ରବିବାର ସକାଳ ୯.୪୫ ମିନିଟରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏୟାରଫୋର୍ସର ସ୍ୱତନ୍ତ୍ର ବିମାନରେ ଆସି ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ପହଞ୍ଚିବେ। ଝାରସୁଗୁଡ଼ା ବିମାନ ବନ୍ଦରରୁ ସ୍ୱତନ୍ତ୍ର ହେଲିକେପ୍ଟର ଯୋଗେ ସକାଳ ୯.୫୫ରେ ରାଉରକେଲା ଅଭିମୁଖେ ଯାତ୍ରା କରିବେ। ତେଣୁ ରାଷ୍ଟ୍ରପତିଙ୍କ ସୁରକ୍ଷା ପାଇଁ ଜିଲ୍ଲା ପ୍ରଶାସନ, ପୁଲିସ ପ୍ରଶାସନ ଓ ଏୟାରପୋର୍ଟ ଅଥରେଟି ଅଫ ଇଣ୍ଡିଆ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି ବୋଲି ଜିଲ୍ଲା ଆରକ୍ଷୀ ଅଧିକ୍ଷକ ବିକାଶ ଚନ୍ଦ୍ର ଦାସ ସୂଚନା ଦେଇଛନ୍ତି।