ବାଲୁକାକଳାରେ ମୋଦୀଙ୍କୁ ଜନ୍ମଦିନ ଶୁଭେଚ୍ଛା, ନିଆରା ଶୁଭେଚ୍ଛା ଜଣାଇଲେ ଶିଳ୍ପୀ ସୁଦର୍ଶନ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଆଜି ୭୧ ବର୍ଷରେ ପାଦ ଥାପିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ତାଙ୍କ ଜନ୍ମଦିନରେ ଚାରିଆଡୁ ଛୁଟିଛି ଶୁଭେଚ୍ଛାର ସୁଅ। ଏହି ଅବସରରେ ସୋସିଆଲ ମିଡିଆରେ ତାଙ୍କ ପାଖକୁ ଛୁଟୁଛି ଶୁଭେଚ୍ଛାର ସୁଅ। ରାଷ୍ଟ୍ରପତିଙ୍କ ଠାରୁ ଆରମ୍ଭ କରି ଦେଶର ସାଧାରଣ ନାଗରିକ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ତେବେ ଟିକେ ନିଆରା ଢଙ୍ଗରେ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଜଣାଶୁଣା ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ।

ପୁରୀ ବେଳାଭୂମିରେ ବାଲୁକା କଳା ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଛନ୍ତି। ତାଙ୍କ ବାଲୁକା କଳାରେ ପ୍ରଧାନମନ୍ତ୍ରୀଙ୍କ ଛବି ରହିଛି। ଇଂରାଜୀରେ ‘ହାପି ବାର୍ଥଡେ’ ମୋଦିଜୀ’ ଲେଖାଯାଇଛି। ଏହି ବାଲୁକା କଳାରେ ନିଆରାପଣ ହେଉଛି ଯେ ଏଥିରେ ସେ ଛୋଟ ଛୋଟ ଶଙ୍ଖ ଓ ଶାମୁକାର ବ୍ୟବହାର କରିଛନ୍ତି।