ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ପାଟଣା,ଏନ୍ଏନ୍ଏସ୍ : ଘର ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ଏଭଳି ଅଭାବନୀୟ ଘଟଣା ଘଟିଛି, କେନ୍ଦୁଝର ଜିଲ୍ଲା ପାଟଣା ଥାନା କମେଶ୍ୱର ପୁର ଗ୍ରାମରେ । ହେଲେ ଯୁବତୀ ଆତ୍ମହତ୍ୟା କରିଛନ୍ତି ବୋଲି ଜଣାପଡ଼ିଛି। ଯୁବତୀଙ୍କ ନାଁ ସଙ୍ଗୀତା ଭଞ୍ଜ(୧୮) ।

ମିଳିଥିବା ସୂଚନା ଅନୁଯାୟୀ, ଯୁବତୀ ଘର ଭିତରେ ପିନ୍ଧା ଲୁଗାକୁ ବେକରେ ଲଗାଇ ଫ୍ୟାନରେ ଝୁଲି ପଡ଼ିଥିଲେ। ଏ ନେଇ ପରିବାର ଲୋକ ଦେଖିବା ପରେ ପୋଲିସକୁ ଖବର ଦେଇଥିଲେ। ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ପଠାଇଛି ଓ ଘଟଣାର ତଦନ୍ତ ଆରମ୍ଭ କରିଛି। ଆତ୍ମହତ୍ୟାର ପ୍ରକୃତ କାରଣ କ’ଣ ଜଣା ପଡିନଥିବା ବେଳେ ପାଟଣା ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।