ଭୁବନେଶ୍ୱର,ଏନ୍ଏନ୍ଏସ୍: ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ସରକାରୀ କର୍ମଚାରୀଙ୍କ ରବିବାର ସାପ୍ତାହିକ ଛୁଟିକୁ ବାତିଲ କରାଯାଇଛି। ସମସ୍ତ କର୍ମଚାରୀଙ୍କୁ ନିଜ ନିଜ ହେଡକ୍ୱାର୍ଟର୍ସରେ ରହିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଛୁଟିରେ ଥିବା କର୍ମଚାରୀଙ୍କୁ ଛୁଟି ବାତିଲ କରି ଫେରି ଆସିବାକୁ କୁହାଯାଇଛି। ଏନେଇ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି।