ଭୁବନେଶ୍ୱର,ଏନ୍ଏନ୍ଏସ୍: ଜଟଣୀ ବିଧାୟକ ତଥା ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସୁର ଏବଂ ତାଙ୍କ ପତ୍ନୀ ଉଭୟେ କୋଭିଡ଼ ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ମେଡ଼ିକାଲରେ କୋଭିଡ଼ ପରୀକ୍ଷା କରାଇବା ପରେ ତାଙ୍କ ଠାରେ କରୋନା ପଜିଟିଭ ଥିବା ଜଣାପଡିଥିଲା। ବର୍ତ୍ତମାନ ବିଧାୟକ ସୁର ରାଉତରାୟ ଏବଂ ତାଙ୍କ ପତ୍ନୀଙ୍କୁ କ୍ୱାରେଣ୍ଟାଇନରେ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଡାକ୍ତର।
ବିଗତ କିଛିଦିନ ହେବ ସେ ଅସୁସ୍ଥ ରହୁଥିଲେ। ଏହାପରେ ଡାକ୍ତରଙ୍କ ପରାମର୍ଶକ୍ରମେ କୋଭିଡ ଟେଷ୍ଟ କରିଥିଲେ ସୁର ରାଉତରାୟ ଏବଂ ତାଙ୍କ ପତ୍ନୀ। ଶେଷରେ ଉଭୟଙ୍କ ଶରୀରରେ କୋଭିଡ ଭୂତାଣୁ ଥିବା ନେଇ ଜଣାପଡ଼ିଛି। କୋଭିଡ ନିୟମ ଅନୁପାଳନ କରି ବର୍ତ୍ତମାନ ସେ ସଂଗରୋଧରେ ରହିବେ ବୋଲି କହିଛନ୍ତି ଡାକ୍ତର।