ବନ୍ଧବାହାଲରେ କୋଭିଡ ହସ୍ପିଟାଲ ପ୍ରତିଷ୍ଠା ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କୃତଜ୍ଞତା ଜଣାଇଲେ ଟଙ୍କଧର

ଝାରସୁଗୁଡ଼ା,ଏନ୍ଏନ୍ଏସ୍: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନିର୍ଦ୍ଦେଶକ୍ରମେ ବନ୍ଧବାହାଲରେ ୨୦ଟି ଆଇସିୟୁ ବେଡ ସହ ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ ସ୍ଥାପନ ପାଇଁ ଏମସିଏଲ ସହଯୋଗର ହାତ ବଢ଼ାଇଛି। ସେଥିପାଇଁ ବିଜେପି ରାଜ୍ୟ ସମ୍ପାଦକ ଟଙ୍କଧର ତ୍ରିପାଠୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର କୋଇଲା ଓ ଖଣିମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଓ ବରଗଡ଼ ସାଂସଦ ସୁରେଶ ପୂଜାରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

ଶ୍ରୀ ତ୍ରିପାଠୀ କହିଛନ୍ତି ଯେ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନିର୍ଦ୍ଦେଶ ଓ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନ କାରଣରୁ ଆଜି ଏହା ସମ୍ଭବ ହୋଇପାରିଛି । କେନ୍ଦ୍ର ସରକାର ପଶ୍ଚିମ ଓଡ଼ିଶାର ଲୋକଙ୍କ କଲ୍ୟାଣ ପାଇଁ ଅହରହ ଉଦ୍ୟମ କରୁଛନ୍ତି । ବିଶେଷ ଭାବେ କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନ କାରଣରୁ ପଶ୍ଚିମ ଓଡ଼ିଶାରେ କର୍ପୋରେଟ ଅନୁଷ୍ଠାନଗୁଡ଼ିକଙ୍କ ସହଯୋଗରେ କୋଭିଡ ହସ୍ପିଟାଲରେ ଶଯ୍ୟା ସଂଖ୍ୟା ବଢ଼ାଯାଉଛି। କେନ୍ଦ୍ର ସରକାରଙ୍କ ଦ୍ୱାରା ଏହି ସଙ୍କଟ ସମୟରେ ପଶ୍ଚିମ ଓଡ଼ିଶାରେ ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ପ୍ରାଥମିକତା ଦିଆଯାଉଥିବାବେଳେ ବନ୍ଧବାହାଲଠାରେ ଏମସିଏଲ ଦ୍ୱାରା କୋଭିଡ ହସ୍ପିଟାଲ ପ୍ରତିଷ୍ଠା ହେବା ସ୍ୱାଗତଯୋଗ୍ୟ ।