ରାଜଧାନୀରେ ଶିକ୍ଷକଙ୍କୁ ଦିଆଯିବ ଟିକା

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜଧାନୀର ଶିକ୍ଷାନୁଷ୍ଠାନରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ବିଏମସି ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଫଳରେ ସରକାରୀ ଓ ଘରୋଇ ସ୍କୁଲର ୪୫ ବର୍ଷରୁ ଉର୍ର୍ଦ୍ଧ ଶିକ୍ଷକଙ୍କୁ ଟିକା ଦିଆଯିବ। ଏନେଇ ବିଏମସି କମିସନର ପ୍ରେମଚନ୍ଦ୍ର ଚୌଧୁରୀ ସୂଚନା ଦେଇଛନ୍ତି। ବର୍ତ୍ତମାନ ୫ଟି ବିଭାଗ ଉପରେ ଗୁରୁତ୍ୱ ଦିଆଯାଉଛି। ଉଠା ଦୋକାନୀ, ମଲ୍, ରେଷ୍ଟୁରାଣ୍ଟ ଓ ବିଦ୍ୟୁତ କର୍ମଚାରୀଙ୍କୁ ଗୁରୁତ୍ୱ ଦିଆଯିବ। ୫ଟି ବର୍ଗର ୨୦ ହଜାର ଲୋକଙ୍କ ତାଲିକା ପ୍ରସ୍ତୁତ କରାଯାଇଛି। ମାସେରୁ ୨ ମାସ ଭିତରେ ସମସ୍ତଙ୍କୁ ଟିକାକରଣରେ ସାମିଲ କରିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି କମିସନର କହିଛନ୍ତି।