ଭୁବନେଶ୍ୱର,ଏନ୍ଏନ୍ଏସ୍: ସମଗ୍ର ରାଜ୍ୟରେ ଆଜିଠୁ ୨୮ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ ପ୍ରଭାବ ରହିବ । ବଙ୍ଗୋପସାଗରରେ ଗୁରୁଚାପ ବଳୟ ସକ୍ରିୟ ହେତୁ କାଳବୈଶାଖୀ ହୋଇଛି । ୨୮ ପରେ ପୁଣି ତାତି ବଢ଼ିବ ଏବଂ ସ୍ୱାଭାବିକଠୁ ଅଧିକ ତାପମାତ୍ର ରହିବ । ସକାଳେ ଦକ୍ଷିଣ ଓଡ଼ିଶାରେ ବର୍ଷାର ପରିମାଣ ସର୍ବାଧିକ ରହିଛି । ନବରଙ୍ଗପୁରର ଝରିଗାଁରେ ସର୍ବାଧିକ ୨୨ ମିମି ବର୍ଷା ରେକର୍ଡ କରାଯାଇଛି । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ବିଜ୍ଞାନୀ ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି ।