ବଢ଼ିଲା ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ ବୃଦ୍ଧି ପାଇଛି । ଆଉ ୬ ମାସ କାର୍ଯ୍ୟକାଳ ବୃଦ୍ଧି ପାଇଁ ରାଜ୍ୟ ସରକାର ଦେଇଥିବା ପ୍ରସ୍ତାବକୁ କେନ୍ଦ୍ର ସରକାର ଅନୁମୋଦନ କରିଛି । ଫଳରେ ଶ୍ରୀ ମହାପାତ୍ରଙ୍କ କାର୍ଯ୍ୟକାଳ ୨୦୨୩ ଫେବୃଆରୀ ୨୮ ପର୍ଯ୍ୟନ୍ତ ବଢ଼ିଥିବା ଜଣାପଡ଼ିଛି ।

ସୂଚନାଯୋଗ୍ୟ, ଏହାପୂର୍ବରୁ ମଧ୍ୟ ତାଙ୍କ କାର୍ଯ୍ୟକାଳ ୬ ମାସ ବଢ଼ିଥିଲା । ନଚେତ୍ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ ୨୦୨୨ ଫେବୃଆରୀରେ ସରୁଥିଲା ।