ଜମ୍ମୁ-କଶ୍ମୀର: ଜମ୍ମୁ-କଶ୍ମୀରର ଶ୍ରୀନଗରରେ ସୁରକ୍ଷାବଳର ଏକ ବସ ଉପରେ ଆତଙ୍କବାଦୀମାନେ ଆକ୍ରମଣ କରିଛନ୍ତି। ଫଳରେ ୨ଜଣ ଯବାନ ସହିଦ ହୋଇଥିବାବେଳେ ୧୨ଜଣ ଆହତ ହୋଇଛନ୍ତି। ଆହତଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଘଟଣା ପରେ ପୁରା ଅଞ୍ଚଳକୁ ପୁଲିସ ଘେରାବନ୍ଦୀ କରିଦେଇଛି।
ସୂଚନାଯୋଗ୍ୟ, ଏହାପୂର୍ବରୁ ଦିନବେଳା ଶ୍ରୀନଗରର ରଙ୍ଗ୍ରେଠ ଅଞ୍ଚଳରେ ସୁରକ୍ଷାବଳ ୨ଜଣ ଅଜଣା ଆତଙ୍କବାଦୀଙ୍କୁ ନିପାତ କରିଥିଲା। ଏନେଇ କଶ୍ମୀର ଜୋନ୍ ପୁଲିସ ଟ୍ୱିଟ୍ କରି ସୂଚନା ପ୍ରଦାନ କରିଛନ୍ତି।