ଫେବୃଆରୀ ୧ରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ଶ୍ରୀମନ୍ଦିର ଦ୍ୱାର

ପୁରୀ,ଏନ୍‌ଏନ୍‌ଏସ୍‌: ଫେବୃଆରୀ ୧ ତାରିଖରୁ ସାଧାରଣ ଦର୍ଶନାର୍ଥୀଙ୍କ ପାଇଁ ଶ୍ରୀମନ୍ଦିର ଖୋଲିବ । ଛତିଶା ନିଯୋଗ ବୈଠକ ପରେ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ଏନେଇ ସୂଚନା ଦେଇଛନ୍ତି । ହେଲେ ପୂର୍ବପରି ପ୍ରତି ରବିବାର ଶ୍ରୀମନ୍ଦିର ବନ୍ଦ ରହିବ । ପୂର୍ବପରି ପଶ୍ଚିମ ଦ୍ୱାର ଦେଇ ପୁରୀ ସହରବାସୀ ପ୍ରବେଶ କରିବେ । ଅନ୍ୟ ଶ୍ରଦ୍ଧାଳୁମାନେ ପୂର୍ବ ଦ୍ୱାର ଦେଇ ମନ୍ଦିର ଭିତରକୁ ପ୍ରବେଶ କରିବେ । ଏନେଇ ବିସ୍ତୃତ ଭାବେ ଗାଇଡଲାଇନ ପ୍ରକାଶ ପାଇବ ବୋଲି ଜିଲ୍ଲାପାଳ କହିଛନ୍ତି ।