ଭାଲୁ ଆକ୍ରମଣରେ ବୃଦ୍ଧ ଗୁରୁତର

ପାଟଣା,ଏନ୍ଏନ୍ଏସ୍: କେନ୍ଦୁଝର ଜିଲ୍ଲା ପାଟଣା ରେଞ୍ଜ ଗୋବରାବେଡ଼ା ନିକଟରେ ଭାଲୁ ଆକ୍ରମଣରେ ଜଣେ ବୃଦ୍ଧ ଗୁରୁତର ହୋଇ ପ୍ରଥମେ ପାଟଣା ଓ ପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର ହୋଇଛନ୍ତି। ବୃଦ୍ଧ ଜଣକ ହେଲେ ଗୋବରାବେଡ଼ା ଗ୍ରାମର ଲମ୍ବୋଦର ନାଏକ(୭୦)। ସୂଚନା ଅନୁଯାୟୀ, ସେ ଛେଳି ଚରାଉ ଥିବାବେଳେ ପାଖ ଜଙ୍ଗଲରୁ ଏକ ଭାଲୁ ଆସି ତାଙ୍କୁ ଆକ୍ରମଣ କରିଥିଲା । ତାଙ୍କ ମୁଣ୍ଡ ଓ ପିଠିରେ ଗଭୀର କ୍ଷତ ହୋଇଥିବା ଜଣାପଡ଼ିଛି।