ଖୋର୍ଦ୍ଧା,ଏନ୍ଏନ୍ଏସ୍: ଖୋର୍ଦ୍ଧା ବଲାଙ୍ଗିର ୫୭ ନମ୍ବର ଜାତୀୟ ରାଜପଥର ପଞ୍ଚୁକୋଟ ନିକଟରେ ଗତକାଲି(ମଙ୍ଗଳବାର) ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏକ ଟ୍ରକ ସହ କାର୍ ମୁହାଁମୁହିଁ ଧକ୍କା ହେବା ଫଳରେ ଏଥିରେ ୩ ଜଣଙ୍କ ମୃତ୍ୟୁ ଘଟିଛି । ସମସ୍ତ ମୃତକ କାର୍ ଯାତ୍ରୀ ଅଟନ୍ତି । ଖବର ପାଇ ବୋଲଗଡ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଗାଡି ଭିତରୁ ମୃତଦେହ ଉଦ୍ଧାର କରି ଖୋର୍ଦ୍ଧା ଜିଲ୍ଲା ହସ୍ପିଟାଲକୁ ବ୍ୟବଚ୍ଛେଦ ପାଇଁ ପଠାଇଛି । ମୃତକ କାର୍ ଯାତ୍ରୀ ଗୁଜୁରାଟର ହୋଇଥିବାର ପ୍ରାଥମିକ ତଦନ୍ତରୁ ସୂଚନା ମିଳିଛି । ଅନ୍ୟପଟେ ଦୁର୍ଘଟଣା ପରେ ଟ୍ରକ୍ ଚାଳକ କୁଆଡେ ଫେରାର୍ ହୋଇଯାଇଛି ।
ସୂଚନା ଅନୁଯାୟୀ, କାରଟି ଭୁବନେଶ୍ବରରୁ ନୟାଗଡ ଅଭିମୁଖେ ଯାଉଥିଲା । ୫୭ ନମ୍ବର ଜାତୀୟ ରାଜପଥର ପଞ୍ଚୁକୋଟ ଅଭିନନ୍ଦନ ଢାବା ନିକଟରେ ବିପରୀତ ଦିଗରୁ ଆସୁଥିବା ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା ।