ଆସୁଛନ୍ତି ଗୃହମନ୍ତ୍ରୀ ଅମିତ ଶାହ, ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଭୁବନେଶ୍ବର,ଏନ୍ଏନ୍ଏସ୍: ଦୁଇଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଗୃହମନ୍ତ୍ରୀଙ୍କ ଗସ୍ତ ନେଇ ସୁରକ୍ଷା ବ୍ୟବସ୍ଥା କଡାକଡି ହୋଇଛି । ଏୟାରପୋର୍ଟରେ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି ନିଜେ ଭୁବନେଶ୍ବର ଡିସିପି ପ୍ରତୀକ ସିଂ । ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ହୋଇଥିବାବେଳେ, ଗୃହମନ୍ତ୍ରୀଙ୍କ ଗସ୍ତ ଲାଗି ୨୪ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି ।

ଶାହଙ୍କ କାରକେଡରେ ୩୦ ଗାଡ଼ି ରହିବ । ଏଥିରେ ଅଗ୍ନିଶମ ବିଭାଗ ଓ ଆମ୍ବୁଲାନ୍ସ ଗାଡ଼ି, ଜାମର ରହିବ । ବିମାନବନ୍ଦରରୁ ମେ ଫେୟାର ଓ ମେ ଫେୟାରରୁ ଲିଙ୍ଗରାଜ ମନ୍ଦିର ଯାଏଁ କାରକେଡ଼ ରିହରସଲ କରିଛି କମିଶନରେଟ ପୋଲିସ । ସୁରକ୍ଷା ଦୃଷ୍ଟିରୁ ଏୟାରପୋର୍ଟ ସମ୍ମୁଖରେ ବାରିକେଡ ହେବ ।