ଭୁବନେଶ୍ୱର,ଏନ୍ଏନ୍ଏସ୍: ବୌଦ୍ଧ ଜିଲ୍ଲା ୫୭ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ ଓ ଟ୍ରକ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ୧୦ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣ ଗୁରୁତର ଆହତ ହୋଇଛନ୍ତି।
ବୌଦ୍ଧ ଜିଲ୍ଲା ସଦର ଥାନା ୫୭ ନମ୍ବର ଜାତୀୟ ରାଜପଥ ରାସ୍ତା ଦେଇ ତିରୁପତି ନାମକ ଏକ ଯାତ୍ରୀବାହୀ ବସ ଭୁବନେଶ୍ୱରରୁ ଭବାନୀପାଟଣା ଯାଉଥିଲା। ଗତକାଲି ବିଳମ୍ବିତ ରାତି ତିନିଟା ସମୟରେ ଖଜୁରୀପଡ଼ା ନିକଟରେ ଏହି ଯାତ୍ରୀବାହୀ ବସ ଓ ଟ୍ରକ ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ ଆହତ ହୋଇଥିବା ଲୋକମାନଙ୍କୁ ଆମ୍ବୁଲାନ୍ସ ଯୋଗେ ବୌଦ୍ଧ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବୌଦ୍ଧ ପୁଲିସ ଖବରପାଇ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଆରମ୍ଭ କରିଛି ।