୨୪ ଘଣ୍ଟାରେ ୧୫ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର, ଏନ୍ଏନ୍ଏସ୍: ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୨୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ୧୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, ମୟୁରଭଞ୍ଜ, ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ଅନୁଗୋଳ, ବାଲେଶ୍ୱର, ବରଗଡ, ଭଦ୍ରକ, ଗଜପତି, ଝାରସୁଗୁଡା, କନ୍ଧମାଳ, ପୁରୀ, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୭୯୫୮୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୮୮୮୨ଟି ଆକ୍ଟିଭ କେସ ରହିଥିବାବେଳେ ୨୫୯୪୧୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।