୩୦ ଜିଲ୍ଲାରୁ ୧୭୯୩ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୭୯୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୭୭୮୮୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜିର ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୦୩୧ଜଣ ଚିହ୍ନଟ ହୋଇଥିବାବେଳେ ୭୬୨ ଜଣ ସ୍ଥାନୀୟ ବ୍ୟକ୍ତି ସଂକ୍ରମିତ ହୋଇଛନ୍ତି।

 

ଅନୁଗୁଳ ଜିୁଲ୍ଲାରୁ ୧୦୭ ଜଣ ପଜିଟିଭ ଚିହ୍ନଟ ହୋଇଥିବାବେଳେ ବାଲେଶ୍ୱରରୁ ୪୦, ବରଗଡରୁ ୬୧, ଭଦ୍ରକରୁ ୬୮, ବଲାଙ୍ଗିରରୁ ୭୬, ବୌଦ୍ଧରୁ ୪, କଟକରୁ ୧୬୦, ଦେବଗଡରୁ ୮, ଢେଙ୍କାନାଳରୁ ୨୨, ଗଜପତିରୁ ୧୧, ଗଞ୍ଜାମରୁ ୧୬, ଜଗତସିଂହପୁରରୁ ୫୨, ଯାଜପୁରରୁ ୭୬, ଝାରସୁଗୁଡାରୁ ୫୩, କଳାହାଣ୍ଡିରୁ ୪୫, କନ୍ଧମାଳରୁ ୨୦, କେନ୍ଦ୍ରାପଡାରୁ ୬୧, କେନ୍ଦୁଝରରୁ ୬୩, ଖୋର୍ଦ୍ଧାରୁ ୨୦୮, କୋରାପୁଟରୁ ୩୪, ମାଲକାନଗିରିରୁ ୩୪, ମୟୂରଭଞ୍ଜରୁ ୧୦୪, ନବରଙ୍ଗପୁରରୁ ୬୫, ନୟାଗଡରୁ ୩୪, ନୂଆପଡାରୁ ୮୪, ପୁରୀରୁ ୮୨, ରାୟାଗଡାରୁ ୧୪, ସମ୍ବଲପୁରରୁ ୪୦, ସୋନପୁରରୁ ୮, ସୁନ୍ଦରଗଡରୁ ୯୯ ଏବଂ ଷ୍ଟଟପୁଲରୁ ୪୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।